ପ୍ରତ୍ୟକ୍ଷ ଟିକସ କୋଡ୍‌;ସୀତାରାମନ୍‌ଙ୍କୁ ରିପୋର୍ଟ ଦେଲା ଟାସ୍କଫୋର୍ସ

ନୂଆଦିଲ୍ଲୀ,୨୦-୮: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଡାଇରେକ୍ଟ ଟ୍ୟାକ୍ସେସ(ସିବିଡିଟି) ସଦସ୍ୟ ଅଖିଳେଶ ରଞ୍ଜନଙ୍କ ଅଧ୍ୟକ୍ଷତାରେ ଗଠିତ ଟାସ୍କଫୋର୍ସ ସୋମବାର ନୂଆ ପ୍ରତ୍ୟକ୍ଷ ଟିକସ କୋଡ୍‌ ଉପରେ ନିଜର ରିପୋର୍ଟ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ହସ୍ତାନ୍ତର କରିଛନ୍ତି। ରିପୋର୍ଟ ସମ୍ପର୍କରେ ବିସ୍ତାରିତ ତଥ୍ୟ ମିଳିପାରିନାହିଁ। ରିପୋର୍ଟ ପ୍ରଦାନ କରାଯାଇଥିବା ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ ଜରିଆରେ ଜଣାଇ ଦିଆଯାଇଛି। ମେ’ ୩୧ ସୁଦ୍ଧା ରିପୋର୍ଟ ଦେବାକୁ ପ୍ରଥମେ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ତତ୍କାଳୀନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ରିପୋର୍ଟ ପ୍ରଦାନ ସମୟସୀମାକୁ ଆହୁରି ୨ ମାସ ବଢ଼ାଇ ଦେଇଥିଲେ। ତଦନୁଯାୟୀ ସରକାର ଟାସ୍କଫୋର୍ସକୁ ଅଗଷ୍ଟ ୧୬ ସୁଦ୍ଧା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କାରଣ ଟାସ୍କଫୋର୍ସ ଅଧିକ ସମୟ ମାଗିଥିଲେ। ଏହି ଟାସ୍କଫୋର୍ସରେ ଅଖିଳେଶ ରଞ୍ଜନ ଆବାହକ ଥିଲା ବେଳେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଗିରୀଷ ଆହୁଜା, ୟର୍ଣ୍ଣେଷ୍ଟ ଆଣ୍ଡ ୟଙ୍ଗର ଆଞ୍ଚଳିକ ପରିଚାଳନା ପାର୍ଟନର ତଥା ଅଧ୍ୟକ୍ଷ ରାଜୀବ ମେମାନୀ, ଟିକସ ଓକିଲ ମୁକେଶା ପଟେଲ, ଆଇସିଆର୍‌ଆଇଇଆର୍‌ର କନସଲଟାଣ୍ଟ ମାନସୀ କେଡିଆ ଏବଂ ଅବସରପ୍ରାପ୍ତ ଆଇଆରଏସ୍‌ ତଥା ଆଡଭୋକେଟ ଜି.ସି.ଶ୍ରୀବାସ୍ତବ ଅଂଶବିଶେଷ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri