ପ୍ରତ୍ୟେକ ମାସରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବଙ୍କୁ ନେଇ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ବେହେରା ୫‘ଟି’ ଆଧାରରେ ବିଭାଗର ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହିତ ପ୍ରତିମାସରେ କାର୍ଯ୍ୟର ଅଗ୍ରଗତି ନେଇ ଏକ ରିପୋର୍ଟ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୀକ୍ଷା ବୈଠକେରେ ନୂଆ କ୍ରୀଡ଼ାନୀତି, ଅନ୍‌ଲାଇନ୍‌ ସେବା, ପିଇଟିଙ୍କୁ ତାଲିମ ଏବଂ ଶାରୀରିକ ଶିକ୍ଷାକୁ ବିଦ୍ୟାଳୟ ପାଠ୍ୟକ୍ରମରେ ବାଧ୍ୟତାମୂଳକ ବିଷୟଭାବେ ସାମିଲ କରିବା ଉପରେ ଆଲୋଚନା ହୋଇଛି । ଏହାସହିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଶିକ୍ଷାଦାନ ନୂଆ ବିଲ୍ଡିଂରେ ଆରମ୍ଭ ହୋଇଥିବା ଏବଂ ଭୁବନେଶ୍ବର, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର ଏବଂ ଜୟପୁରରେ କ୍ରୀଡ଼ା ବିଦ୍ୟାଳୟ ହେବ। ଏଥିରୁ ସମ୍ବଲପୁର, ବ୍ରହ୍ମପୁର ଏବଂ ଜୟପୁରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ସାରିଥିବାବେଳେ ରାଉରକେଲାରେ ସ୍ଥାନ ଚିହ୍ନଟ ପ୍ରକ୍ରିୟା ଦ୍ରୁତଗତିରେ ଆଗେଇ ଚାଲିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଳିଙ୍ଗ ଇଣ୍ଟରନ୍ୟାଶନାଲ୍‌ର ସ୍ପୋର୍ଟସ୍‌ ସିଟି ନିର୍ମାଣ, କଳିଙ୍ଗ ସ୍ପୋର୍ଟସ୍‌ ହବ୍‌, ଆଞ୍ଚଳିକ ଓ ଜିଲା ସ୍ପୋର୍ଟସ୍‌ କମ୍ପ୍ଲେକ୍ସ ନିର୍ମାଣ ଏବଂ ସୁନ୍ଦରଗଡ଼ରେ ଆଷ୍ଟ୍ରୋ ଟର୍ଫ କାର୍ଯ୍ୟ ଦ୍ରୁତ ଅଗ୍ରଗତିର ସହ ଚାଲିଛି । ସେହିପରି ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ସମୀକ୍ଷା ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଓ୍ବେବ୍‌ ପୋର୍ଟାଲ୍‌ଗୁଡ଼ିକୁ ସୁରକ୍ଷା ଏବଂ ସମାନତା ଦୃଷ୍ଟିକୋଣରୁ ଏହାର ଆଧୁନିକୀକରଣ, ମୋ ସରକାର ଯୋଗାଯୋଗ ସେଣ୍ଟର, ବିଜୁ ଯୁବ ସଶକ୍ତୀକରଣ ଯୋଜନାର ଯୁକ୍ତ ୨ରୁ ଉତ୍ତୀର୍ଣ୍ଣ ମେଧାବୀ ଛାତ୍ରୀଛାତ୍ରଙ୍କ ଲାଗି ୧୫ହଜାର ଲ୍ୟାପ୍‌ଟପ୍‌ କ୍ରୟ ଉପରେ ମନ୍ତ୍ରୀ ସମୀକ୍ଷା କରିଛନ୍ତି ା ଏହାସହିତ ଓକାକ୍‌ଠାରେ ନୂଆ ଡାଟା ସେଣ୍ଟର, ଆଇଟି କମ୍ପାନୀଗୁଡ଼ିକୁ ଆକୃଷ୍ଟ କରିବା ଏବଂ ନୂଆ ନିଯୁକ୍ତି ସୁଯୋଗ ପାଇଁ ଆଇଟିସି ପଲିସିରେ ପରିବର୍ତ୍ତନ ଆଦି ୧୮ଗୋଟି ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri