Posted inଜାତୀୟ

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର କରିନେଇଛି। ସରକାରଙ୍କ ଏହି ନିଷ୍ପତ୍ତି ପରେ ଉକ୍ତ ଆଦେଶକୁ ନେଇ ଉଠିଥିବା ରାଜନୈତିକ ଏବଂ ନାଗରିକ ଅଧିକାର ସମ୍ପର୍କିତ ପ୍ରଶ୍ନ ଉପରେ ଏବେ ଅସ୍ଥାୟୀ ଭାବେ ବିରାମ ଲାଗିଛି।

ବାସ୍ତବରେ, ତାମିଲନାଡୁର କଲେଜିଏଟ ଏଜୁକେସନ ବିଭାଗ ଅଗଷ୍ଟ ୧୭ ତାରିଖରେ ଏକ ଚିଠି ଜାରି କରି ସରକାରୀ କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ର ଓ ଯୁବକ-ଯୁବତୀମାନେ ବାମପନ୍ଥୀ ଦଳ ଏବଂ CJP ପକ୍ଷରୁ ଆୟୋଜିତ ବିରୋଧ ପ୍ରଦର୍ଶନ ଓ ଆନ୍ଦୋଳନରେ ସାମିଲ ନହେବା ପାଇଁ ସମନୱିତ ଭାବେ ପଦକ୍ଷେପ ନେବାକୁ କହିଥିଲା।
ଏହି ନିର୍ଦ୍ଦେଶରେ ସ୍କୁଲ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପୋଲିସ ଏବଂ ଜିଲା ପ୍ରଶାସନ ମଧ୍ୟରେ ସମନୱୟ ରଖି ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଥିଲା।

ଏହି ଆଦେଶକୁ ‘Most Urgent’ ଶ୍ରେଣୀରେ ଜାରି କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ପ୍ରଦର୍ଶନରୁ ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପର ସୂଚନା ତୁରନ୍ତ କଲେଜିଏଟ ଏଜୁକେସନ ନିର୍ଦ୍ଦେଶାଳୟକୁ ପଠାଇବାକୁ କଲେଜର ପ୍ରିନ୍ସିପାଲମାନଙ୍କୁ କୁହାଯାଇଥିଲା। ଅନ୍ୟ ଏକ ନିର୍ଦ୍ଦେଶ ଅନୁସାରେ, ନିଆଯାଇଥିବା ପଦକ୍ଷେପ ସମ୍ପର୍କିତ ରିପୋର୍ଟ ମଧ୍ୟ ସରକାରଙ୍କୁ ଦେବାକୁ ପଡ଼ିବ ବୋଲି କୁହାଯାଇଥିଲା।

ରାଜ୍ୟରେ ଛାତ୍ରୀଛାତ୍ର ଏବଂ ଯୁବପିଢ଼ି ପରୀକ୍ଷା ବ୍ୟବସ୍ଥା, ବିଶେଷକରି NEET ସମ୍ପର୍କିତ ପ୍ରସଙ୍ଗକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା ସମୟରେ ଏହି ମାମଲା ସାମ୍ନାକୁ ଆସିଥିଲା। ଜୁଲାଇରେ CJP ପକ୍ଷରୁ ଆୟୋଜିତ ବିରୋଧ ପ୍ରଦର୍ଶନରେ ମଧ୍ୟ ଛାତ୍ରୀ ଛାତ୍ର ଏବଂ ଯୁବପିଢ଼ିଙ୍କ ଅଂଶଗ୍ରହଣ ଦେଖିବାକୁ ମିଳିଥିଲା। ଚେନ୍ନାଇ ସମେତ ରାଜ୍ୟର ଅନେକ ଅଞ୍ଚଳରେ ଏହି ପ୍ରଦର୍ଶନ ହୋଇଥିଲା।

ସରକାରଙ୍କ ଏହି ଆଦେଶକୁ ନେଇ ପ୍ରଶ୍ନ ଉଠିଥିଲା ଯେ, ପ୍ରଶାସନ କ’ଣ ଏହିପରି ଭାବେ ଛାତ୍ରୀଛାତ୍ରଙ୍କ ରାଜନୈତିକ ଅଭିବ୍ୟକ୍ତି ଏବଂ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନରେ ସାମିଲ ହେବାର ଅଧିକାରକୁ ସୀମିତ କରିପାରିବ? ନାଗରିକ ଅଧିକାର ସଂଗଠନ ଏବଂ ଅନ୍ୟାନ୍ୟ ଗୋଷ୍ଠୀ ମଧ୍ୟ ସରକାରଙ୍କ ଏହି ଆଦେଶକୁ ନେଇ ସମାଲୋଚନା କରିଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଛାତ୍ର ଆନ୍ଦୋଳନ ୨ ମାସ ପାଇଁ ସ୍ଥଗିତ, ସରକାରଙ୍କୁ ଦେଲେ ଅଲ୍ଟିମେଟମ୍‌

ନୂଆଦିଲ୍ଲୀ, ୧୯।୮: ରାଞ୍ଚିର ଜେପିଏସ୍‌ସି ଷ୍ଟାଡିୟମରେ ଜୁଲାଇ ୨୫ରୁ ଚାଲିଥିବା ଛାତ୍ର ଆନ୍ଦୋଳନକୁ ବର୍ତ୍ତମାନ ପାଇଁ ଦୁଇ ମାସ ସ୍ଥଗିତ ରଖାଯାଇଛି। ଆନ୍ଦୋଳନକାରୀ ଛାତ୍ରମାନେ ଝାଡ଼ଖଣ୍ଡ ସରକାରଙ୍କୁ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri