Posted inଖେଳ

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ବୃହତ୍‌ ବିଜୟର ନିକଟତର ଭାରତ ଏ’

ଥିରୁଭାନନ୍ତପୁରମ,୧୨।୯(ପି.ଟି.)- ସ୍ଥାନୀୟ ଗ୍ରୀନ୍‌ ଫିଲ୍ଡ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ପ୍ରଥମ ଅନ୍‌ ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଭାରତ ଏ’ ବୃହତ୍‌ ବିଜୟର ନିକଟତର ହୋଇଛି। ତୃତୀୟ ଦିନର ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିଲେ ମଧ୍ୟ ଭାରତର ସ୍ଥିତି ଆହୁରି ଦୃଢ଼ ହୋଇଛି। ଓଭରନାଇଟ୍‌ ବର୍ଷା ଓ ଓଦା ଆଉଟ୍‌ ଫିଲ୍ଡ କାରଣରୁ ଅଧିକାଂଶ ଓଭର ଖେଳ ସମ୍ଭବ ହୋଇପାରି ନାହିଁ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୫୧.୫ ଓଭରରେ ୧୬୪ ରନ କରି ଅଲଆଉଟ ହୋଇଥିଲା। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଭାରତ ଅଧିନାୟକ ତଥା ଓପନର ଶୁବମନ ଗିଲଙ୍କ ୯୦ ରନର ଅର୍ଦ୍ଧଶତକୀୟ ପାଳି ଓ ଜଲାଜ ସାକସେନାଙ୍କ ଅପରାଜିତ ୬୧ ରନର ଅର୍ଦ୍ଧଶତକୀୟ ପାଳି ବଳରେ ୮୭.୫ ଓଭରରେ ୩୦୩ ରନ କରି ଅଲଆଉଟ ହୋଇଥିଲା। ଫଳରେ ଭାରତ ୧୩୯ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ବୁଧବାର ତୃତୀୟ ଦିନ ଖେଳ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା ୫୫ ଓଭରରେ ୯ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଛି। ଫଳରେ ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଦକ୍ଷିଣ ଆଫ୍ରିକା ଗୋଟିଏ ଉଇକେଟ ବାକି ଥାଇ ୪୦ ରନରେ ଅଗ୍ରଣୀ ହୋଇଛି ବ୍ୟାକ୍‌ଫୁଟ୍‌ ଚାଲିଯାଇଛି। ଷ୍ଟମ୍ପ ଅପସାରଣ ବେଳକୁ ଲୁଥୋ ସପମ୍‌ଲା ୫ ଓ ଲୁଙ୍ଗି ଏନ୍‌ଗିଡି ବିନା ସ୍କୋରରେ ଅପରାଜିତ ରହିଛନ୍ତି।
ଦ୍ୱିତୀୟ ଦିନର ଅସମାପ୍ତ ସ୍କୋର ୧୨୫/୫ରୁ ଦକ୍ଷିଣ ଆଫ୍ରିକା ଖେଳ ଆରମ୍ଭ କରିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ହେନରିଚ୍‌ କ୍ଲାସେନ ୩୫ରୁ ଖେଳ ଆରମ୍ଭ କରି ୪୮ ଓ ଓ୍ବିଅନା ମୁଲ୍‌ଡେର ୧୨ରୁ ଖେଳ ଆରମ୍ଭ କରି ୪୬ ରନ କରି ପ୍ୟାଭିଲିୟନ ଫେରିଥିଲେ। ପୂର୍ବରୁ ଜୁବେର ହମ୍‌ଜା ୪୪ ଓ ଖାୟା ଜୋଣ୍ଡୋ ୧୦ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଭାରତ ତରଫରୁ ଶାହବାଜ ନଦିମ ୩, ଜଲାଜ ସାକସେନା ୨, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର ଓ କ୍ରିଷ୍ଣାପ୍ପା ଗୋଥାମ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ତୃତୀୟ ଦିନରେ ନଦିମ ୧୭ର ବ୍ୟୟ କରି ୩ ଓ ସାକସେନା ୨୨ ରନ ଦେଇ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରକା ପ୍ରଥମ ଇନିଂସ: ୫୧.୫ ଓଭରରେ ୧୬୪ ଅଲଆଉଟ୍‌।
ଭାରତ ପ୍ରଥମ ଇନିଂସ: ୮୭.୫ ଓଭରରେ ୩୦୩ ଅଲଆଉଟ୍‌।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ: ୫୫ ଓଭରରେ ୧୭୯/୯
(ହେନରିଚ୍‌ କ୍ଲସେନ- ୪୮, ଓ୍ବିଆନ ମୁଲଡର- ୪୬, ଜୁବେର ହମଜା- ୪୪, ଶାହାବାଜ ନଦିମ- ୩/୧୭, ଜାଲାଜ ସାକସେନା- ୨/୨୨)।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri