Posted inଖେଳ

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ଭାରତ-ଏ ୨୧୬ରେ ସୀମିତ

ଖ୍ରୀଷ୍ଟଚର୍ଚ୍ଚ, ୩୦।୧ (ପି.ଟି.)- ଘରୋଇ ନ୍ୟୁଜିଲାଣ୍ଡ-ଏ ଓ ଭାରତ-ଏ ମଧ୍ୟରେ ଗୁରୁବାରଠାରୁ ଏଠାରେ ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ୪ ଦିବସୀୟ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ-ଏ ପ୍ରଥମ ଇନିଂସରେ ମାତ୍ର ୨୧୬ ରନରେ ସୀମିତ ରହିଛି। ଭ୍ରମଣକାରୀ ଭାରତ-ଏ ପକ୍ଷରୁ ଅଧିନାୟକ ହନୁମା ବିହାରୀ (୫୧) ଓ ଶୁବମନ ଗିଲ (୮୩) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୟଙ୍କ ଅଗ୍ରଓ୍ବାଲ (୦), ଅଭିମନ୍ୟୁ ଈଶ୍ୱରନ (୮), ପ୍ରିୟଙ୍କ ପଞ୍ଚଲ (୧୮), ବିଜୟ ଶଙ୍କର (୮) ଓ ଶ୍ରୀକର ଭରତ (୧୬) ପ୍ରମୁଖ ନିରାଶ କରିଥିଲେ। ଭାରତ-ଏ ପ୍ରାରମ୍ଭରୁ ୩୪ ରନରେ ୩ ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ଗିଲ୍‌ ଓ ବିହାରୀ ୪ର୍ଥ ଉଇକେଟ୍‌ ଯୋଡ଼ିରେ ୧୧୯ ରନର ଭାଗୀଦାରି କରି ସ୍ଥିତି ସଜାଡ଼ିଥିଲେ। ନ୍ୟୁଜିଲାଣ୍ଡ-ଏ ପକ୍ଷରୁ ମିଚେଲ ରେ ୪ଟି, କୋଲ୍‌ ମ୍ୟାକ୍‌କୋଞ୍ଚତ୍ ୩ଟି ଉଇକେଟ୍‌ ନେଇଥିଲେ। ଜବାବରେ ନ୍ୟୁଜିଲାଣ୍ଡ-ଏ ଗୁରୁବାର ପ୍ରଥମ ଦିବସ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୩୩ ଓଭରରେ ୨ ଉଇକେଟ୍‌ ହରାଇ ୧୦୫ ରନ୍‌ ସଂଗ୍ରହ କରିଛି। ଓ୍ବିଲି ୟଙ୍ଗ୍‌ ୨୬ ଓ ଅଜିଜ୍‌ ପଟେଲ ୧ ରନ କରି ଅପରାଜିତ ରହିଛନ୍ତି। ରେଚିନ ରବୀନ୍ଦ୍ର ୪୭ ଓ ହାମିଶ ରଦରଫୋର୍ଡ ୨୮ ରନ କରି ଆଉଟ୍‌ ହୋଇଛନ୍ତି। ଭାରତ-ଏ ପକ୍ଷରୁ ମହମ୍ମଦ ସିରାଜ ଓ ଇଶାନ ପୋରେଲ ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି। ଇନିଂସ ଅଗ୍ରଣୀ ପାଇଁ ଘରୋଇ ଦଳ ଆହୁରି ୧୧୧ ରନ ଆବଶ୍ୟକ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri