Posted inଖେଳ

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ଭାରତ-ଏ ୨୧୬ରେ ସୀମିତ

ଖ୍ରୀଷ୍ଟଚର୍ଚ୍ଚ, ୩୦।୧ (ପି.ଟି.)- ଘରୋଇ ନ୍ୟୁଜିଲାଣ୍ଡ-ଏ ଓ ଭାରତ-ଏ ମଧ୍ୟରେ ଗୁରୁବାରଠାରୁ ଏଠାରେ ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ୪ ଦିବସୀୟ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ-ଏ ପ୍ରଥମ ଇନିଂସରେ ମାତ୍ର ୨୧୬ ରନରେ ସୀମିତ ରହିଛି। ଭ୍ରମଣକାରୀ ଭାରତ-ଏ ପକ୍ଷରୁ ଅଧିନାୟକ ହନୁମା ବିହାରୀ (୫୧) ଓ ଶୁବମନ ଗିଲ (୮୩) ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୟଙ୍କ ଅଗ୍ରଓ୍ବାଲ (୦), ଅଭିମନ୍ୟୁ ଈଶ୍ୱରନ (୮), ପ୍ରିୟଙ୍କ ପଞ୍ଚଲ (୧୮), ବିଜୟ ଶଙ୍କର (୮) ଓ ଶ୍ରୀକର ଭରତ (୧୬) ପ୍ରମୁଖ ନିରାଶ କରିଥିଲେ। ଭାରତ-ଏ ପ୍ରାରମ୍ଭରୁ ୩୪ ରନରେ ୩ ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ଗିଲ୍‌ ଓ ବିହାରୀ ୪ର୍ଥ ଉଇକେଟ୍‌ ଯୋଡ଼ିରେ ୧୧୯ ରନର ଭାଗୀଦାରି କରି ସ୍ଥିତି ସଜାଡ଼ିଥିଲେ। ନ୍ୟୁଜିଲାଣ୍ଡ-ଏ ପକ୍ଷରୁ ମିଚେଲ ରେ ୪ଟି, କୋଲ୍‌ ମ୍ୟାକ୍‌କୋଞ୍ଚତ୍ ୩ଟି ଉଇକେଟ୍‌ ନେଇଥିଲେ। ଜବାବରେ ନ୍ୟୁଜିଲାଣ୍ଡ-ଏ ଗୁରୁବାର ପ୍ରଥମ ଦିବସ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୩୩ ଓଭରରେ ୨ ଉଇକେଟ୍‌ ହରାଇ ୧୦୫ ରନ୍‌ ସଂଗ୍ରହ କରିଛି। ଓ୍ବିଲି ୟଙ୍ଗ୍‌ ୨୬ ଓ ଅଜିଜ୍‌ ପଟେଲ ୧ ରନ କରି ଅପରାଜିତ ରହିଛନ୍ତି। ରେଚିନ ରବୀନ୍ଦ୍ର ୪୭ ଓ ହାମିଶ ରଦରଫୋର୍ଡ ୨୮ ରନ କରି ଆଉଟ୍‌ ହୋଇଛନ୍ତି। ଭାରତ-ଏ ପକ୍ଷରୁ ମହମ୍ମଦ ସିରାଜ ଓ ଇଶାନ ପୋରେଲ ଗୋଟିଏ ଲେଖାଏ ଉଇକେଟ ନେଇଛନ୍ତି। ଇନିଂସ ଅଗ୍ରଣୀ ପାଇଁ ଘରୋଇ ଦଳ ଆହୁରି ୧୧୧ ରନ ଆବଶ୍ୟକ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri