ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍‌ କଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ ୨୮ ନଂ ଓ୍ବାର୍ଡ ସହ ୨୯ନଂ ଓ୍ବାର୍ଡର ଆଶିଂକ ଅଞ୍ଚଳକୁ ୭ ଦିନ ପାଇଁ ଆବଦ୍ଧାଞ୍ଚଳ ଘୋଷଣା କରାଯାଇଛି। ସେହିଭଳି ଆକ୍ରାନ୍ତଜଣଙ୍କ ନେଳିଆବାଗର ହୋଇଥିବା ହେତୁ ଅଞ୍ଚଳର ୯ଟି ପ୍ରବେଶପଥକୁ ରବିବାର ସିଲ୍‌ କରାଯାଇଛି। ଆଶା, ଏଏନ୍‌ଏମ୍‌, ସ୍ବାସ୍ଥ୍ୟ କର୍ମୀ ଆଦି ୬୦ଜଣ କର୍ମୀ ୧୨ଟି ଟିିମ୍‌ରେ ବିଭକ୍ତ ହୋଇ ଆବଦ୍ଧଞ୍ଚଳରେ ଥିବା ୫୦୦ ପରିବାରର ସ୍ବାସ୍ଥ୍ୟାବସ୍ଥା ସମ୍ବଳିତ ତଥ୍ୟ ସଂଗ୍ରହ କରିବା ଆରମ୍ଭ ହୋଇଛି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ପରିବାରର ସମସ୍ତ ଲୋକଙ୍କୁ ପ୍ରଶାସନ ପକ୍ଷରୁ କୋଭିଡ-୧୯ ହସ୍ପିଟାଲକୁ ନିଆଯାଇଛି। ସେମାନେ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ସୂଚନା ମିଳିଛି।

ପ୍ରଶାସନ ପକ୍ଷରୁ ଆବଦ୍ଧାଞ୍ଚଳବାସୀଙ୍କୁ ୨ଟି ଗାଡ଼ି ଗ୍ରୋସରୀ, ପରିବା ତଥା ଅନ୍ୟାନ୍ୟ ଅତ୍ୟାବଶ୍ୟକ ଜିନିଷ ଯୋଗାଇ ଦିଆଯାଉଛି। ସ୍ବାସ୍ଥ୍ୟାବସ୍ଥା ଖରାପ ହେଲେ ଜିଲା ସ୍ବାସ୍ଥ୍ୟ ବିଭାଗକୁ ଯୋଗାଯୋଗ କରିବା ପାଇଁ ସ୍ବତନ୍ତ୍ର ନଂ ଦିଆଯାଇଥିବା ସିଡିଏମ୍‌ଓ ବାନାର୍ଜୀ ପ୍ରସାଦ ଛୋଟରାୟ ସୂଚନା ଦେଇଛନ୍ତି। ଏତଦ୍‌ବ୍ୟତିତ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ଅଞ୍ଚଳକୁ ସାନିଟାଇଜ୍‌ କରିବା ଆରମ୍ଭ ହୋଇଛି।

ପ୍ରକାଶ ଯେ, ବାଲେଶ୍ୱର ନେଳିଆବାଗରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଜଣଙ୍କ ୫୮ବର୍ଷୀୟ ବ୍ୟକ୍ତି। ତାଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି, ତାହା ଠାବ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଜିଲାରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri