ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ: ଆଳିର ୧୧ଗାଁ ସିଲ୍‌

କେନ୍ଦ୍ରାପଡା ଅଫିସ/ଆଳି (ଡି.ଏନ୍‌.ଏ.), ୭।୪- କେନ୍ଦ୍ରାପଡ଼ା ଜିଲାର ପ୍ରଥମ କରୋନା ସଂକ୍ରମିତଙ୍କୁ ସୋମବାର ଚିହ୍ନଟ କରାଯାଇଛି। ଆଳି ଅଞ୍ଚଳରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଜିଲା ପ୍ରଶାସନ ସହାୟତାରେ ତାଙ୍କୁ କଟକ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇଛି। ସୋମବାର ରାତିରେ ଆଳିର ଏହି ଗ୍ରାମକୁ ସିଲ କରାଯାଇଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗ୍ରାମ ନିକଟରୁ ୩ କିଲୋମିଟର ପରିଧି ମଧ୍ୟରେ ଥିବା ୧୧ଟି ଗ୍ରାମକୁ ପ୍ରଶାସନ ସିଲ୍‌ କରିଛି। ଆକ୍ରାନ୍ତଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ରକ୍ତ, ସ୍ବାବ ନମୁନା ପରୀକ୍ଷା ପାଇଁ ପଠାଯିବା ସହିତ ପରିବାର ସଦସ୍ୟଙ୍କୁ ସଂଗରୋଧ ଗୃହରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ଯେ, ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ। ଗତ ୨୪ ତାରିଖରେ ସେ ଦୁବାଇରୁ ଫେରିବା ପରେ ନାମ ପଞ୍ଜିକୃତ କରିବା ସହ ସଂଗରୋଧ ନିୟମ ପାଳନ କରିଥିଲେ। ବିଦେଶରୁ ଫେରିବା ପରେ ସେ କୌଣସି ବାହାର ଲୋକଙ୍କ ସଂସ୍ପର୍ଶରେ ଆସିନାହାନ୍ତି। ଆକ୍ରାନ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ପରିବାର ସଦସ୍ୟଙ୍କୁ ସଂଗରୋଧ ଗୃହରେ ରଖାଯାଇଛି। ଉକ୍ତ ଗ୍ରାମଗୁଡିକୁ ଦମକାଳବାହିନୀ ସହାୟତାରେ ଗତ ରାତିରୁ ବିଶୋଧିତ କରାଯାଉଛି। ଏଥିସହ ଗ୍ରାମମଧ୍ୟକୁ ପ୍ରବେଶ ଓ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ନିଷେଧ ହୋଇଛି। ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ନିମନ୍ତେ ଯୋଗାଣକାରୀଙ୍କୁ ନିଯୁକ୍ତ କରାଯାଇଛି। ଏଥିସହ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇ ସଂଗରୋଧରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଆଗାମୀ ଦିନରେ ସେମାନଙ୍କ ରକ୍ତ, ସ୍ବାବ ନମୁନା ସଂଗ୍ରହ ହେବ। ଏଥିସହିତ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରଶାସନିକ ବ୍ୟବସ୍ଥା କରାଯିବ। ଆକ୍ରାନ୍ତ ବ୍ୟକ୍ତି ସଂଗରୋଧ ନିୟମ ପାଳନ କରିଥିବାରୁ ଭୟ ନ କରିବା ପାଇଁ ଜିଲାବାସୀଙ୍କୁ ଜିଲାପାଳ ବର୍ମା ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri