Posted inଖେଳ

ପ୍ରଥମ ଟି୨୦ରେ ପାକିସ୍ତାନ ବିଜୟୀ

ଲାହୋର, ୨୪।୧- ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଶୁକ୍ରବାର ଏଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ପାକିସ୍ତାନ ୫ ଉଇକେଟ୍‌ରେ ଜିତିନେଇଛି। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୪୨ ରନର ଲକ୍ଷ୍ୟକୁ ବାବର ଆଜାମଙ୍କ ନେତୃତ୍ୱାଧୀନ ପାକିସ୍ତାନ ୩ଟି ବଲ୍‌ ଓ ୫ ଉଇକେଟ୍‌ ସୁରକ୍ଷିତ ଥାଇ ହାସଲ କରିନେଇଛି। ଏହି ବିଜୟ ସହ ଘରୋଇ ପାକିସ୍ତାନ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିଛି। ସିରିଜର ୨ୟ ମ୍ୟାଚ୍‌ ଶନିବାର ଏଠାରେ ଖେଳାଯିବ।
ସ୍ଥାନୟ ଗଦାଫି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ନିର୍ଦ୍ଧାରିତ ଓଭରରେ ୫ ଉଇକେଟ୍‌ ହରାଇ ୧୪୧ ରନ କରିଥିଲା। ଦଳ ପକ୍ଷରୁ ଦୁଇ ଓପନର୍‌ ତମିମ୍‌ ଇକ୍‌ବାଲ (୩୯) ଓ ମହମ୍ମଦ ନଇମି (୪୩) ଭଲ ପ୍ରାରମ୍ଭ ଦେଇଥିଲେ। ତେବେ ମଧ୍ୟକ୍ରମରେ ଲିଟନ ଦାସ (୧୨), ଅଧିନାୟକ ମହମ୍ମଦୁଲ୍ଲା (୧୯), ସୌମ୍ୟ ସରକାର (୯) ପ୍ରମୁଖ ବିଫଳ ହୋଇଥିଲେ। ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି, ହାରିସ ରୌଫ୍‌ ଓ ଶାଦବ ଖଁା ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ। ଜବାବରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ଭେଟେରାନ ବ୍ୟାଟ୍ସମ୍ୟାନ ସୋଏବ ମଲିକ (୫୮ ରନ, ୪୬ ବଲ, ୫ ଚୌକା)ଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ପାକିସ୍ତାନ ୧୯.୩ ଓଭରରେ ୫ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏହଶାନ ଅଲି ୩୬, ମହମ୍ମଦ ହାଫିଜ ୧୭, ଇଫ୍‌ତିକାର ଅହମ୍ମଦ ୧୬ ରନ କରିଥିବାବେଳେ ଅଧିନାୟକ ଆଜମ ଖାତା ଖୋଲିପାରି ନ ଥିଲେ। କ୍ୟାରିୟରର ୮ମ ଟି୨୦ ଅର୍ଦ୍ଧଶତକ ହାସଲ କରିଥିବା ସୋଏବ ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ପରବର୍ତ୍ତୀ ୨ଟି ମ୍ୟାଚ୍‌ରୁ ଯଦି ଗୋଟିଏରେ ପାକିସ୍ତାନ ପରାସ୍ତ ହୁଏ ତେବେ ବିଶ୍ୱ ମାନ୍ୟତାର ଶୀର୍ଷ ସ୍ଥାନ ହରାଇବା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri