Posted inଖେଳ

ପ୍ରଥମ ଟି୨୦: ଓ୍ବେଷ୍ଟଇଣ୍ଡିଜର ବୃହତ୍‌ ବିଜୟ

ପାଲିକେଲ,୫।୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ୨୫ ରନରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୧୯୬ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୧୯.୧ ଓଭରରେ ୧୭୧ ରନକରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ତରଫରୁ ଓପନର ଲିଣ୍ଡେଲ ସିମନ୍ସ ୫୧ ବଲରୁ ୭ ଚୌକା, ୨ ଛକା ସହ ଅପରାଜିତ ୬୭ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ କିରନ ପୋଲାର୍ଡ ୩୪ (୧୫ ବଲ, ୩ ଚୌକା, ୨ ଛକା), ଆନ୍ଦ୍ରେ ରସେଲ ୩୫ (୧୪ ବଲ, ୨ ଚୌକା, ୪ ଛକା), ବ୍ରାଣ୍ଡନ କିଙ୍ଗ୍‌ ୩୩ ରନକରି ଆଉଟ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଲସିଥ୍‌ ମାଲିଙ୍ଗା, ଇସିରୁ ଉଡାନା, ଲକ୍ଷନ ସନ୍ଦକାନ ଓ ଓ୍ବାନିଣ୍ଡୁ ହାସରଙ୍ଗା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
୧୯୭ ରନ ଟାର୍ଗେଟର ପିଛା କରି ଶ୍ରୀଲଙ୍କା ୧୭ ରନରେ ୩ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହୋଇଥିଲା। ଦଳ ତରଫରୁ କୁଶଲ ପେରେରା ୬୬ (୩୮ ବଲ, ୬ ଚୌକା, ୩ ଛକା), ହାସରଙ୍ଗା ୪୪ (୩୪ ବଲ, ୪ ଚୌକ) ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଓସେନ ଥୋମାସ ସର୍ବାଧିକ ୫ ଉଇକେଟ ଅକ୍ତିଆର କରି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ରୋଭମାନ ପାଓ୍ବେଲ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୯୬/୪
(ସିମନ୍ସ- ୬୭, ରସେଲ- ୩୫, ପୋଲାର୍ଡ- ୩୪, କିଙ୍ଗ୍‌- ୩୩, ହାସରଙ୍ଗା- ୧/୩୩)।
ଶ୍ରୀଲଙ୍କା ୧୯.୧ ଓଭରରେ ୧୭୧ ଅଲଆଉଟ
(ପେରେରା- ୬୬, ହାସରଙ୍ଗା- ୪୪, ଥୋମାସ- ୫/ ୨୮, ରୋଭମାନ ପାଓ୍ବେଲ- ୨/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri