Posted inଖେଳ

ପ୍ରଥମ ଟି୨୦: ଓ୍ବେଷ୍ଟଇଣ୍ଡିଜର ବୃହତ୍‌ ବିଜୟ

ପାଲିକେଲ,୫।୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ୨୫ ରନରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୧୯୬ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୧୯.୧ ଓଭରରେ ୧୭୧ ରନକରି ଅଲଆଉଟ ହେବା ସହ ପରାସ୍ତ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ ତରଫରୁ ଓପନର ଲିଣ୍ଡେଲ ସିମନ୍ସ ୫୧ ବଲରୁ ୭ ଚୌକା, ୨ ଛକା ସହ ଅପରାଜିତ ୬୭ ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ କିରନ ପୋଲାର୍ଡ ୩୪ (୧୫ ବଲ, ୩ ଚୌକା, ୨ ଛକା), ଆନ୍ଦ୍ରେ ରସେଲ ୩୫ (୧୪ ବଲ, ୨ ଚୌକା, ୪ ଛକା), ବ୍ରାଣ୍ଡନ କିଙ୍ଗ୍‌ ୩୩ ରନକରି ଆଉଟ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଲସିଥ୍‌ ମାଲିଙ୍ଗା, ଇସିରୁ ଉଡାନା, ଲକ୍ଷନ ସନ୍ଦକାନ ଓ ଓ୍ବାନିଣ୍ଡୁ ହାସରଙ୍ଗା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
୧୯୭ ରନ ଟାର୍ଗେଟର ପିଛା କରି ଶ୍ରୀଲଙ୍କା ୧୭ ରନରେ ୩ ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ଶିକାର ହୋଇଥିଲା। ଦଳ ତରଫରୁ କୁଶଲ ପେରେରା ୬୬ (୩୮ ବଲ, ୬ ଚୌକା, ୩ ଛକା), ହାସରଙ୍ଗା ୪୪ (୩୪ ବଲ, ୪ ଚୌକ) ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଓସେନ ଥୋମାସ ସର୍ବାଧିକ ୫ ଉଇକେଟ ଅକ୍ତିଆର କରି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ରୋଭମାନ ପାଓ୍ବେଲ ୨ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୯୬/୪
(ସିମନ୍ସ- ୬୭, ରସେଲ- ୩୫, ପୋଲାର୍ଡ- ୩୪, କିଙ୍ଗ୍‌- ୩୩, ହାସରଙ୍ଗା- ୧/୩୩)।
ଶ୍ରୀଲଙ୍କା ୧୯.୧ ଓଭରରେ ୧୭୧ ଅଲଆଉଟ
(ପେରେରା- ୬୬, ହାସରଙ୍ଗା- ୪୪, ଥୋମାସ- ୫/ ୨୮, ରୋଭମାନ ପାଓ୍ବେଲ- ୨/୩୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri