Posted inଖେଳ

ପ୍ରଥମ ଟି୨୦: ବିଶ୍ୱ ଚାମ୍ପିୟନକୁ ହରାଇଲା ଆୟର୍ଲାଣ୍ଡ

ସେଣ୍ଟ ଜର୍ଜସ (ଗ୍ରେନାଡା), ୧୬।୧ (ଏଏଫ୍‌ପି)- ଭ୍ରମଣକାରୀ ଆୟର୍ଲାଣ୍ଡ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜକୁ ୪ ରନରେ ରୋମାଞ୍ଚକ ଭାବେ ପରାସ୍ତ କରିଛି। ଏହି ହୋଇସ୍କୋରିଂ ମ୍ୟାଚ୍‌ରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଆୟର୍ଲାଣ୍ଡ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୨୦୮ ରନ କରିଥିଲା। ଦଳ ପକ୍ଷରୁ ଅଭିଜ୍ଞ ଓପନର୍‌ ପଲ୍‌ ଷ୍ଟିର୍ଲିଂ (୯୫ ରନ ୪୭ ବଲ୍‌, ୬ ଚୌକା, ୮ ଛକା) ଅଳ୍ପକେ ଶତକ ହାସଲରୁ ବଞ୍ଚତ୍ତ ହୋଇଥିଲେ। ଅନ୍ୟତମ ଓପନର୍‌ କେଭିନ ଓ’ବ୍ରାଇନ ମଧ୍ୟ ୪୮ ରନର ଉପଯୋଗୀ ଇନିଂସ ଖେଳିଥିଲେ। ଓପନିଂ ଯୋଡ଼ିରେ ଉଭୟ ଷ୍ଟିର୍ଲିଂ ଓ କେଭିନ ୧୨.୩ ଓଭରରେ ୧୫୪ ରନ ଭାଗୀଦାରି କରିଥିଲେ। ଘରୋଇ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଶେଲଡନ କୋଟ୍ରେଲ, ଖାରୀ ପିଏରେ ଓ ଡ୍ବେନ ବ୍ରାଭୋ ୨ଟି ଲେଖାଏ ଉଇକେଟ୍‌ ନେଇଛନ୍ତି। ଜବାବରେ ଓ୍ବେଷ୍ଟଇଣ୍ଡିଜ ଏଭିନ ଲୁଇସ (୫୩), ଅଧିନାୟକ କିରନ ପୋଲାର୍ଡ (୩୧), ଶିମରନ ହେଟ୍‌ମେୟର (୨୮)ଙ୍କ ଉପଯେଗୀ ବ୍ୟାଟିଂ ସତ୍ତ୍ୱେ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୦୪ ରନ କରିବାକୁ ସମର୍ଥ ହୋଇଥିଲା। ଏହି ରୋମାଞ୍ଚକ ମ୍ୟାଚ୍‌ରେ ବିଜୟ ପାଇଁ ଅନ୍ତିମ ଓଭରରେ ୧୫ ରନ ଆବଶ୍ୟକ ହେଉଥିବାବେଳେ ଓ୍ବେଷ୍ଟଇଣ୍ଡିଜ ୧୦ ରନ କରିବାକୁ ସମର୍ଥ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟି୨୦ରେ ଆୟର୍ଲାଣ୍ଡର ଏହା ୨ୟ ବିଜୟ। ମ୍ୟାଚ୍‌ର ଉଭୟ ଇନିଂସରେ ୪୧୨ ରନ ସଂଗ୍ରହ ହୋଇଥିବାବେଳେ ମୋଟ୍‌ ଉପରେ ୨୪ ଚୌକା ଓ ୨୭ ଛକା ଦେଖିବାକୁ ମିଳିଥିଲା। କ୍ୟାରିୟର ଶ୍ରେଷ୍ଠ ଇନିଂସ ଲାଗି ଷ୍ଟିର୍ଲିଂ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ। ବିଜୟ ସହ ଆୟର୍ଲାଣ୍ଡ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ସିରିଜର ୨ୟ ମ୍ୟାଚ୍‌ ଶନିବାର ସେଣ୍ଟ କିଟ୍ସରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri