Posted inଖେଳ

ପ୍ରଥମ ଟେଷ୍ଟ: ମାଥ୍ୟୁସ୍‌ଙ୍କ ପ୍ରଥମ ଦ୍ୱିଶତକ

ହରାରେ,୨୩।୧- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଆଞ୍ଜେଲୋ ମାଥ୍ୟୁସ କ୍ୟାରିୟରର ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ମାଥ୍ୟୁସଙ୍କ ଦ୍ୱିଶତକୀୟ ପାଳି ବଳରେ ଶ୍ରୀଲଙ୍କା ଏଠାରେ ଚାଲିଥିବା ଘରୋଇ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଟସ୍‌ ଜିତି ଜିମ୍ବାଓ୍ବେ ପ୍ରଥମ ଇନିଂସରେ ୧୪୮ ଓଭରରେ ୩୫୮ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସ ଆରମ୍ଭ କରି ୧୭୬.୨ ଓଭରରେ ୯ ଉଇକେଟ ହରାଇ ୫୧୫ ରନ କରି ଇନିଂସ ଘୋଷଣା କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଜିମ୍ବାଓ୍ବେ ଚତୁର୍ଥ ଦିନ ଖେଳ ଶେଷସୁଦ୍ଧା ୧୬ ଓଭରରେ କୌଣସି ଉଇକେଟ ନ ହରାଇ ୨୮ ରନ ସଂଗ୍ରହ କରିଛି। ଫଳରେ ୧୦ ଉଇକେଟ ହାତରେ ରଖି ଜିମ୍ବାଓ୍ବେ ଏବେ ୧୨୭ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଦୁଇ ଓପନର ପ୍ରିନ୍ସ ମାସଭାଉରେ ୧୫ ଓ ବ୍ରାଏନ ମାଜିଙ୍ଗାନ୍ୟାମା ୧୨ ରନ କରି ଅପରାଜିତ ରହିଛନ୍ତି।
ଶ୍ରୀଲଙ୍କା ତରଫରୁ ପ୍ରଥମ ଇନିଂସରେ ମାଥ୍ୟୁସ୍‌ ୨୦୦ ରନର ପାଳି ଖେଳି ଅପରାଜିତ ରହିଥିଲେ। ୪୬୮ଟି ବଲ୍‌ ଖେଳି ସେ ୧୬ ଚୌକା ଓ ୩ ଛକା ମାରିଥିଲେ। ଜିମ୍ବାଓ୍ବେ ତରଫରୁ ସିକନ୍ଦର ରାଜା ଓ ଭିକ୍ଟର ଏନ୍‌ଓ୍ବାଉଚି ୩ଟି ଲେଖାଏ ଉଇକେଟ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri