Posted inଖେଳ

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ସ୍ଥିତି ଦୃଢ଼

ଗାଲେ,୧୮।୮(ପି.ଟି.)- ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ ରୋମାଞ୍ଚକ ମୋଡରେ ପହଞ୍ଚିଛି। ତେବେ ଶ୍ରୀଲଙ୍କା ଦମ୍‌ଦାର ବ୍ୟାଟିଂ କରି ସୁବିଧାଜନକ ସ୍ଥିତିରେ ପହଞ୍ଚିଛି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୨୪୯ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସ ଆରମ୍ଭ କରି ୯୩.୨ ଓଭରରେ ୨୬୭ ରନ କରି ଅଲଆଉଟ ହେବା ସହ ୧୮ ରନର ଅଗ୍ରଣୀ ହାସଲ କରିଥିଲା। ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶନିବାର ଚତୁର୍ଥ ଦିନରେ ୧୦୬ ଓଭରରେ ୨୮୫ ରନ କରି ଅଲଆଉଟ ହୋଇଥିଲା। ଫଳରେ ଶ୍ରୀଲଙ୍କା ସମ୍ମୁଖୀରେ ୨୬୮ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ୫୦ ଓଭରରେ କୌଣସି ଉଇକେଟ ନ ହରାଇ ୧୩୩ ରନ କରି ବିଜୟର ନିକଟତର ହୋଇଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଶ୍ରୀଲଙ୍କା ଏବେ ବିଜୟ ପାଇଁ ୧୦ ଉଇକେଟ ହାତରେ ରଖି ୧୩୫ ରନ ଆବଶ୍ୟକ କରୁଛି। ଦୁଇ ଓପନର ଦିମୁଥ କରୁଣାରତ୍ନେ ଓ ଲାହିରୁ ଥିରିମାନେ ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ଷ୍ଟମ୍ପ ଅପସାରଣ ବେଳକୁ କରୁଣାରତ୍ନେ ୭୧ ଓ ଥିରିମାନେ ୫୭ ରନ କରି ଅପରାଜିତ ରହିଛନ୍ତି। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ବୋଲରଙ୍କ ସଫଳ ମୁକାବିଲା କରି ୧୩୩ ରନ ସଂଗ୍ରହ କରିଛନ୍ତି।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୯୫/୭ରୁ ନ୍ୟୁଜିଲାଣ୍ଡ ଖେଳ ଆରମ୍ଭ କରି ଅଲଆଉଟ୍‌ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂ ୬୩ରୁ ଖେଳ ଆରମ୍ଭ କରି ୭୭ ରନ କରି ଆଉଟ ହୋଇଥିବା ବେଳେ ଓ୍ବିଲିୟମ ସମରଭିଲେ ୫ ରନରୁ ଖେଳ ଆରମ୍ଭ କରି ୪୦ ରନ କରି ଶେଷପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେହିପରି ଟ୍ରେଣ୍ଟ ବୋଲ୍ଟ ୨୬ ଓ ଅଜାଜ ପଟେଲ ୧୪ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅଷ୍ଟମ ଉଇକେଟ ଯୋଡିରେ ଓ୍ବାଟଲିଂ ଓ ସମରଭିଲେ ୪୬ ରନ ସଂଗ୍ରହ କରିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ବାମହାତୀ ଅର୍ଥୋଡକ୍ସ ବୋଲର ଲାସିଥ ଏମ୍ବୁଲଡେନିୟା ସର୍ବାଧିକ ୪, ଧନଞ୍ଜୟ ଡିସିଲଭା ୩, ଲାହିରୁ କୁମାରା ୨ ଓ ଅକିଲ ଦନଞ୍ଜୟ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୪୯ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ- ୨୬୭ ଅଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ- ୧୦୬ ଓଭରରେ ୨୮୫ ଅଲଆଉଟ
(ଓ୍ବାଟଲିଂ- ୭୭, ଲଥାମ- ୪୫, ସମରଭିଲେ- ୪୦*, ଏମ୍ବୁଲଡେନିୟା- ୪/୯୯, ଡିସିଲଭା- ୩/୨୫, ଲାହିରୁ- ୨/୩୧ )।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୫୦ ଓଭରରେ ୧୩୩/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri