Posted inଖେଳ

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ

ଗାଲେ,୧୮।୮- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ରବିବାର ଉଭୟ ବୋଲିଂ ଓ ବ୍ୟାଟିଂରେ ଉନ୍ନତ ପ୍ରଦର୍ଶନ କରି ବାଜି ମାରିଛି। ଏଥିସହିତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରଜରେ ଶ୍ରୀଲଙ୍କା ୧-୦ରେ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଇନିଂସରେ ୧୨୨ ରନର ଶତକୀୟ ପାଳି ଖେଳି ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଶ୍ରୀଲଙ୍କା ଓପନର ଦିମୁଥ କରୁଣାରତ୍ନେ ମ୍ୟାନ୍‌ ଅଫ୍‌ ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏହି ସିରିଜ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ସିରିଜର ଅନ୍ତର୍ଭୁକ୍ତ ରହିଛି। ଫଳରେ ବିଜୟ ସହ ଶ୍ରୀଲଙ୍କା ୬୦ ପଏଣ୍ଟ ହାସଲ କରିଥିବା ବେଳେ ନ୍ୟୁଜିଲାଣ୍ଡ ହାତ ଖାଲି ରହିଛି।
ଟସ୍‌ଜିତି ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୮୩.୨ ଓଭରରେ ୨୪୯ ରନ କରି ଅଲ୍‌ଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୯୩.୨ ଓଭରରେ ୨୬୭ ରନ କରି ଅଲଆଉଟ୍‌ ହୋଇ ୧୮ ରନର ଅଗ୍ରଣୀ ହାସଲ କରିଥିଲା। ଏହାପରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ ଆରମ୍ଭ କରି ୧୦୬ ଓଭରରେ ୨୮୫ ରନ କରି ଅଲଆଉଟ ହୋଇଥିଲା। ଫଳରେ ଶ୍ରୀଲଙ୍କା ସମ୍ମୁଖରେ ୨୬୮ ରନର ବିଜୟ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ପଞ୍ଚମ ତଥା ଅନ୍ତିମ ଦିବସ ପ୍ରଥମ ସେସେନରେ ୮୬.୧ ଓଭରରେ ୪ ଉଇକେଟ ହରାଇ ୨୬୮ ରନ କରି ବିଜୟ ହାସଲ କରି ନେଇଥିଲା।
ଶନିବାରର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୩୩/୦ରୁ ଖେଳ ଆରମ୍ଭ କରି ଶ୍ରୀଲଙ୍କା ରବିବାର ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ତେବେ ଏଥିପାଇଁ ଶ୍ରୀଲଙ୍କା ୪ ଉଇକେଟ ହରାଇବାକୁ ପଡିଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ତଥା ତାରକା ଓପନର ଦିମୁଥ କରୁଣାରତ୍ନେ ୭୧ରୁ ଖେଳ ଆରମ୍ଭ କରି ୧୨୨ ରନ କରି ଆଉଟ ହେବା ପୂର୍ବରୁ ବିଜୟପଥ ପରିଷ୍କାର କରିଥିଲେ। ସେହିପରି ଅନ୍ୟତମ ଓପନର ଲାହିରୁ ଥିରିମାନେ ୫୭ ରନରୁ ଖେଳ ଆରମ୍ଭ କରି ଆଉ ଅଧିକ ୭ ରନ କରି ୬୪ ରନରେ ପ୍ୟାଭିଲିୟନ ଫେରିଥିଲେ। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୧୬୧ ରନର ଶତକୀୟ ଭାଗୀଦାରି ସ୍ଥାପନ କରି ବିଜୟର ମୂଳଦୂଆ ପକାଇଥିଲେ। ଥିରିମାନେ ପ୍ରଥମେ ଆଉଟ ହେବା ପରେ କୁଶଲ ମେଣ୍ଡିସ୍‌ ୧୦ ରନ କରି ଆଉଟ ହୋଇଥିଲେ। ଏହାପରେ କରୁଣାରତ୍ନେ ପ୍ୟାଭିଲିୟନ ଫେରିଥିଲେ। କୁଶଲ ପେରେରା ୨୩ ରନ କରିଥିବା ବେଳେ ଶେଷ ଉଇକେଟ ଭାବେ ଆଉଟ ହୋଇଥିଲେ। ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ୨୮ ଓ ଧନଞ୍ଜୟ ଡିସିଲଭା ୧୪ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଟ୍ରେଣ୍ଟ ବୋଲ୍ଟ, ଟିମ୍‌ ସୌଦି, ଓ୍ବିଲିୟମ ସମରଭିଲେ ଓ ଅଜାଜ ପଟେଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୪୯ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ- ୨୬୭ ଅଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ- ୧୦୬ ଓଭରରେ ୨୮୫ ଅଲଆଉଟ
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୮୬.୧ ଓଭରରେ ୨୬୮/୪
(କରୁଣାରତ୍ନେ- ୧୨୨, ଥିରିମାନେ- ୬୪, ମାଥ୍ୟୁସ- ୨୮*, ପେରେରା- ୨୩, ଡିସିଲଭା- ୧୪*, ବୋଲ୍ଟ- ୧/୩୪, ସୌଦି- ୧/୩୩, ସମରଭିଲେ- ୧/୭୩, ପଟେଲ- ୧/୭୪)।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?