Posted inଖେଳ

ପ୍ରଥମ ଟେଷ୍ଟ: ୪୩୧ ରନ୍‌ରେ ଦକ୍ଷିଣ ଆଫ୍ରିକା ଅଲ୍‌ଆଉଟ୍‌; ଦ୍ୱିତୀୟ ଇନିଂସରେ ଭାରତ ୧୦୨/୧

ବିଶାଖାପାଟଣା,୫।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲା ସ୍ଥାନୀୟ ଏସିଏ-ବିଡିସିଏ ଷ୍ଟାଡିଏମ୍‌ରେ ଖେଳାଯାଉଛି। ଭାରତ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରି ୭ ଓ୍ବିକେଟ ହରାଇ ୫୦୨ ରନ୍‌ ସଂଗ୍ରହ କରି ଇନିଂସ ଘୋଷଣା କରିଥିଲା। ଏହାର ଜବାବରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳ ୪୩୧ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଛନ୍ତି। ଫଳରେ ଭାରତକୁ ୭୧ରନ୍‌ର ଅଧିକ ସ୍କୋର ମିଳିଛି। ଶନିବାର ଦ୍ୱିତୀୟ ପାଳି ଆରମ୍ଭ କରି ଭାରତ ଗୋଟିଏ ଓ୍ବିକେଟ ବିନିମୟରେ ୧୦୨ ରନ୍‌ କରିଛିି। ଚେତେଶ୍ୱର ପୂଜାରା ୩୮ ରନ୍‌ ଏବଂ ରୋହିତ ଶର୍ମା ୫୬ ରନ୍‌ କରି କ୍ରିଜ୍‌ରେ ଅଛନ୍ତି। ଏବେ ଭାରତ ଦକ୍ଷିଣ ଆଫ୍ରିକାଠାରୁ ୧୭୩ରନ୍‌ରେ ଅଗ୍ରଣୀ ରହିଛି।

ଦକ୍ଷିଣଆଫ୍ରିକା ପ୍ରଥମ ପାଳିରେ ୪୩୧ରନ୍‌ରେ ସମସ୍ତ ଓ୍ବିକେଟ ହରାଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ୍‌ ତଥା ଓପନର୍‌ ଏଲଗାର ୨୭ରନ୍‌ରୁ ଖେଳ ଆରମ୍ଭ କରି ୧୬୦ରନର ବୃହତ ଶତକୀୟ ଇନିଂସ ଖେଳିଥିଲେ। ସେ ୨୮୭ ବଲ୍‌ରେ ୧୮ ଚଉକା ଲଗାଇଥିଲେ। ସେହିଭଳି ଡିକକ୍‌ ୧୧୧ରନ,ଡୁପ୍ଲେସି ୫୫ରନ କରିଥିଲେ। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ରଖିବାକୁ ଯାଉଥିବା ସ୍କୋର ପ୍ରଥମ ଟେଷ୍ଟର ଭାଗ୍ୟ ନିର୍ଦ୍ଧାରିତ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri