ପ୍ରଥମ ଥର ପାଇଁ ବାୟୋପିକ୍‌ରେ ଅରିନ୍ଦମ, ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’

ନାୟକ ଅରିନ୍ଦମ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ଫିଲ୍ମର ଟାଇଟଲ, ଭୂମିକା, ଦୃଶ୍ୟାୟନ-ଏସବୁ ତାଙ୍କ ମନକୁ ଏମିତି ପ୍ରଭାବିତ କରିଛି ତାହାକୁ ପ୍ରକାଶ କରିବାକୁ ସେ ଭାଷା ଖୋଜୁଛନ୍ତି। କେବଳ ସେତିକି ନୁହେଁ, ନିଜ ଓଲିଉଡ୍‌ କ୍ୟାରିୟରରେ ସେ ପ୍ରଥମ ଥର ପାଇଁ ଏକ ବାୟୋପିକ୍‌ରେ ଅଭିନୟ କରୁଛନ୍ତି। ସିନେମାଟିର ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’, ଯାହାର ଟାଇଟଲ ଭୂମିକାରେ ଅଭିନୟ କରୁଛନ୍ତି ଅରିନ୍ଦମ। ଏକ ସତ୍ୟ କଥା ତଥା ଜଣେ ବିଜନେସମ୍ୟାନଙ୍କ ଉତ୍‌ଥାନ ପତନ ଜୀବନୀ ଉପରେ ଫିଲ୍ମଟି ଆଧାରିତ। କାହାଣୀ ଅନୁସାରେ ଆମ ରାଜ୍ୟର ବାଲେଶ୍ୱର ଜିଲାର ଜଣେ ପିଲା ବାବୁ। ସେ କିପରି ନିଜର ଉଦ୍ୟମ ବଳରେ ଆଜି ନିଜକୁ କେବଳ ଜାତୀୟ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ଜଣେ ସଫଳ ଗାର୍ମେଣ୍ଟ ବିଜ୍‌ନେସମ୍ୟାନ୍‌ ଭାବରେ ପରିଚିତ କରାଇପାରିଛନ୍ତି ତାହା ସିନେମାରେ ଦେଖିବାକୁ ମିଳିବ। ଏହା ଭିତରେ ଲୁଚି ରହିଛି ସେହି ପିଲାର ଅନେକ ରୋମାଞ୍ଚକର କଥା। ଯେଉଁ ହାତରେ ସେ ଅ ଆ ଲେଖିବା କଥା ସେହି ହାତରେ ସେ କପଡା କଇଁଚି ଧରି କାମରେ ଲାଗିପଡିଥିଲା। ଗରିବ ଘରେ ଜନ୍ମ, ହେଲେ ମନରେ ଆଶା ଅସୁମାରୀ। ତାହାକୁ ପୁଞ୍ଜି କରି ସେ ଚାଲିଯାଇଥିଲା ଦିଲ୍ଲୀ। ଆଉ ତା’ପରେ ସେ କିପରି ନିଜକୁ ଜଣେ ବିଜ୍‌ନେସ୍‌ମ୍ୟାନ ଭାବରେ ପରିଚିତ କରାଇପାରିଛି ତାହା ସିନେମାଟି ଦେଖିଲେ ହିଁ ଜାଣିପାରିବେ। ଖ୍ବାଜା ଗରିବ୍‌ ନଓ୍ବାଜ ପ୍ରଡକ୍ସନ ବ୍ୟାନରରେ ଫିଲ୍ମଟିର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା ସହ ପ୍ରଯୋଜନା ଭାର ତୁଲାଇଛନ୍ତି ଆଗଧାଡିର ନାଟ୍ୟକାର ସନ୍ତୋଷ ନାରାୟଣ ଦାସ। ତାପସ ସରଘରିଆ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ଏବଂ ଅରୁଣ ମନ୍ତ୍ରୀ, ପଞ୍ଚାନନ ନାୟକ, ନିର୍ମଳ ନାୟକ ଏବଂ ଦେବୀଦତ୍ତ ମହାନ୍ତିଙ୍କ ରଚିତ ଗୀତଗୁଡିକୁ ସ୍ବରରେ ସଜାଇଛନ୍ତି ମଳୟ ମିଶ୍ର। ଏଥିରେ ଅରିନ୍ଦମଙ୍କ ଅପୋଜିଟ୍‌ରେ ଅଛନ୍ତି ଚୁଲବୁଲି ଶିବାନୀ। ଏହି ଯୋଡି ବ୍ୟତୀତ ମିହିର ଦାସ, ଶ୍ରୀତମ ଦାସ, ବବି ମିଶ୍ର, ମନୋଜ ମିଶ୍ର, ଚୌଧୁରୀ ବିକାଶ ଦାସ, ପ୍ରଦ୍ୟୁମ୍ନ ଲେଙ୍କା, ବିଦୁସ୍ମିତା, ପୁଷ୍ପା ପଣ୍ଡା, ସୋମା ହୋତା, ସନ୍ତୋଷ ନାରାୟଣ ଏବଂ ତାପସ ସରଘରିଆ ଅଭିନୟ କରୁଛନ୍ତି। ଫିଲ୍ମର ଶୁଟିଂ ଶେଷ ହେବା ପରେ ପୋଷ୍ଟ ପ୍ରଡକ୍ସନ କାମ ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!

ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ…

ଦୁଲୀପ ଟ୍ରଫିରେ ଇଶାନ କିଶନଙ୍କ ଦଳ ଇଷ୍ଟ ଜୋନ ମାଲାମାଲ: ହାରିକି ବି ସାଉଥ ଜୋନ୍‌ ଉପରେ ଟଙ୍କା ବର୍ଷା, ଜାଣନ୍ତୁ କାହାକୁ ମିଳିଲା କେତେ…

ନୂଆଦିଲ୍ଲୀ , ୧୧।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହୋଇଥିଲେ ମଧ୍ୟ ପ୍ରଥମ ଇନିଂସ୍‌ରେ ବଡ଼ ଅଗ୍ରଣୀ ଯୋଗୁ ଇଷ୍ଟ ଜୋନ ଚାମ୍ପିଅନ…

ମ୍ୟାଚ ଜିତିବା ପରେ ଖୁସିରେ ଗଦ୍‌ଗଦ୍‌ ହୋଇଗଲେ ବୈଭବ, ଶାମିଙ୍କୁ ଦେଲେ ବଡ଼ ଉପହାର: ଦେଖିକି ଭାବପୂର୍ଣ୍ଣ ହୋଇଗଲେ…

ନୂଆଦିଲ୍ଲୀ , ୧୧।୯: ମ୍ୟାଚ ଜିତିବା ପରେ ପଡ଼ିଆରେ ହେଉଥିବା ସେଲିବ୍ରେଶନ ଯେତିକି ଖାସ, ତାଠାରୁ ଅଧିକ ସ୍ମରଣୀୟ ହୋଇଥାଏ ଡ୍ରେସିଂ ରୁମ୍‌ର ଖୁସିର ମୁହୂର୍ତ୍ତ। ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri