ପ୍ରଥମ ଦିନରେ ନାମ ଲେଖାଇଲେ ୧୩୬ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ୍‌,୧୬ା୭-ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ମାତ୍ର ୧୩୬ଜଣ ଛାତ୍ରୀଛାତ୍ର ନାମ ଲେଖାଇଥିବା ସାମ୍‌ସ ୱେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ ନାମଲେଖା ଶେଷ ପରେ ମଧ୍ୟ ଆହୁରି ୧୫ହଜାର ୫୭୭ ସିଟ୍‌ ଖାଲି ପଡ଼ିଛି। ଏଣୁ ଆଉ ଦୁଇ ଦିନରେ ଏତେ ସଂଖ୍ୟକ ସିଟ୍‌ ପୂରଣ ହେବା ଏକ ପ୍ରକାର ଅସମ୍ଭବ ବୋଲି କୁହାଯାଉଛି । ଗଞ୍ଜାମ ଜିଲାରେ ୧୩୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(କଲେଜ)ରେ ଚଳିତ ବର୍ଷ ନାମଲେଖା ଚାଲିଛି। ଏହି ସବୁ କଲେଜଗୁଡ଼ିକରେ ମୋଟ ୪୨ହଜାର ୬୯୦ସିଟ୍‌ ରହିଛି। ପ୍ରଥମ ପର୍ଯ୍ୟାୟରେ ମାତ୍ର ୨୬ହଜାର ୯୭୭ ସିଟ୍‌ ପୂରଣ ହୋଇଥିଲା। ସୋମବାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ ସୁଦ୍ଧା ୨୭ହଜାର ୧୧୩ ସିଟ୍‌ ପୂରଣ ହୋଇଛି। କଳାରେ ୧୯ହଜାର ୭୭୭ଟି ସିଟ୍‌ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୬ହଜାର ୩୪୧ ସିଟ୍‌ ପୂରଣ ହୋଇଥିଲା। ସୋମବାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ମାତ୍ର ୧୩୬ ସିଟ୍‌ ପୂରଣ ହୋଇପାରିଛି। ଫଳରେ ଆହୁରି ୩ହଜାର ୩୨୭ ସିଟ୍‌ ଫାଙ୍କା ପଡ଼ିଛି। ବିଜ୍ଞାନରେ ୧୬ହଜାର ୯୨୯ ସିଟ୍‌ ରହିଛି । ପ୍ରଥମ ପର୍ଯ୍ୟାୟରେ ୮ହଜାର ୨୧୭ ସିଟ୍‌ ପୂରଣ ହୋଇଥିଲା ।
ସୋମବାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ ମାତ୍ର ୩୭ ସିଟ୍‌ ପୂରଣ ହୋଇଛି ।
ଫଳରେ ଆହୁରି ୮ହଜାର ୬୭୫ ସିଟ୍‌ ଫାଙ୍କା ପଡ଼ିଛି। ବାଣିଜ୍ୟରେ ୫ହଜାର ୧୮୪ ସିଟ୍‌ ରହିଛି । ପ୍ରଥମ ପର୍ଯ୍ୟାୟରେ ୨ହଜାର ୯୨ ସିଟ୍‌ ପୂରଣ ହୋଇଥିଲା । ସୋମବାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ କେହି ନାମ ଲେଖାଇ ନାହାନ୍ତି । ବରଂ ପ୍ରଥମ ପର୍ଯ୍ୟାୟ ବାଣିଜ୍ୟରେ ନାମ ଲେଖାଇଥିବା ଦୁଇଜଣ ଆବେଦନକାରୀ, ନାମଲେଖା ପ୍ରତ୍ୟାହାର କରି ଅନ୍ୟ ବିଷୟରେ ନାମ ଲେଖାଇଛନ୍ତି । ଫଳରେ ଦୁଇଟି ସିଟ୍‌ କମିଯାଇଛି । ୩ହଜାର ୯୪ ସିଟ୍‌ ଖାଲି ପଡ଼ିଛି। ସେହିଭଳି ସଂସ୍କୃତରେ କେହି ନାମ ଲେଖାଇ ନାହାନ୍ତି। ଧନ୍ଦାମୂଳକ ଶିକ୍ଷାରୁ ୮ଜଣ ନାମଲେଖା ପ୍ରତ୍ୟାହାର କରି ଅନ୍ୟ ବିଷୟରେ ନାମଲେଖାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?