Posted inଖେଳ

ପ୍ରଥମ ଦିନିକିଆ: ଶ୍ରୀଲଙ୍କାର ରୋମାଞ୍ଚକ ବିଜୟ

କଲମ୍ବୋ, ୨୩।୨- ସ୍ଥାନୀୟ ସିଂଘଳୀ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୫ଟି ବଲ୍‌ ବାକି ରଖି ୧ ଉଇକେଟରେ ରୋମାଞ୍ଚକ ଢଙ୍ଗରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୮୯ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୯.୧ ଓଭରରେ ୯ ଉଇକେଟ ହରାଇ ୨୯୦ ରନ ସଂଗ୍ରହ କରି ବିଜୟୀ ହୋଇଛି। ଶ୍ରୀଲଙ୍କା ତରଫରୁ ଅଭିଷ୍କା ଫର୍ଣ୍ଣାଣ୍ଡୋ ୫୦, ଅଧିନାୟକ ଦିମୁଥ କରୁଣାରତ୍ନେ ୫୨, କୁଶଲ ପେରେରା ୪୨, ଥିସାରା ପେରେରା ୩୨, ଓ୍ବାନିଣ୍ଡୁ ହାସରଙ୍ଗା ଅପରାଜିତ ୪୨ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଅଜାରି ଜୋସେଫ ୩, ହେଡେନ ଓ୍ବାଲ୍ସ ଓ କିମୋ ପଲ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଓପନର ସାଇ ହୋପ୍‌ ସର୍ବାଧିକ ୧୧୫ ରନର ଶତକୀୟ ପାଳି ଖେଳିଥିଲେ। ସେହିପରି ଡାରେନ ବ୍ରାଭୋ ୩୯, ରୋଷ୍ଟନ ଚେଜ୍‌ ୪୧ରନ କରି ଆଉଟ ହୋଇଥିଲେ। ସେହିପରି କିମୋ ପଲ ୩୨ ଓ ହେଡେନ ଓ୍ବାଲ୍ସ ୨୦ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କା ପାଇଁ ଇସିରୁ ଉଡାନା ୩, ନୂଆନ ପ୍ରଦୀପ ଓ ଥିସାରା ପେରେରା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଓ୍ବେଷ୍ଟଇଣ୍ଡିଜ ୫୦ ଓଭରରେ ୨୮୯/୭
(ହୋପ-୧୧୫, ଚେଜ- ୪୧, ବ୍ରାଭୋ- ୩୯, ପଲ- ୩୨*, ଓ୍ବାଲ୍ସ- ୨୦*, ଉଡାନା- ୩/୮୨)।
ଶ୍ରୀଲଙ୍କା ୪୯.୧ ଓଭରରେ ୨୯୦/ ୯
(ଫର୍ଣ୍ଣାଣ୍ଡୋ- ୫୦, କରୁଣାରତ୍ନେ- ୫୨, କୁଶଲ- ୪୨, ହାସରଙ୍ଗା- ୪୨*, ଥିସାରା- ୩୨, ଜୋସେଫ୍‌- ୩/୪୨, ଓ୍ବାଲ୍ସ- ୨/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri