ପ୍ରଥମ ଫିଲ୍ମ ସମ୍ପର୍କରେ ଏମିତି କହିଲେ ‘ଜଓ୍ବାନୀ ଜାନେମନ୍‌’ର ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲୟା ଫର୍ନିଚରଓ୍ବାଲା ଏବେ ଖୁବ୍‌ ବିଜି ରହୁଛନ୍ତି। ମାସକ ତଳେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜଓ୍ବାନୀ ଜାନେମନ୍‌’ରେ ପୂଜା ବେଦୀଙ୍କ ଝିଅ ଆଲୟା ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତି ଯାଇଛନ୍ତି।
ଏକ ସାକ୍ଷାତକାରରେ ଆଲୟା କହିଛନ୍ତି, ମୋତେ ଲୋକଙ୍କ ପ୍ରଶଂସା ବହୁତ ଖୁସି ଦେଇଛି। ନିତିନ୍‌ କକ୍କରଙ୍କ ଦ୍ୱାରା ନିର୍ଦ୍ଦେଶିତ ତଥା ଲଣ୍ଡନର ପୃଷ୍ଠଭୂମି ଉପରେ ଆଧାରିତ ଏହି ଫିଲ୍ମକୁ ପୂଜା ଏଣ୍ଟରଟେନ୍‌ମେଣ୍ଟରେ ପ୍ରସ୍ତୁତ କରାଯାଇଥିଲା। ୩୧ ଜାନୁୟାରୀରେ ରିଲିଜ୍‌ ହୋଇଥିବା ଫିଲ୍ମଟି ଭାରତରେ ଗୋଟିଏ ସପ୍ତାହରେ ପ୍ରାୟ ୨୦ କୋଟି ଟଙ୍କାର ବ୍ୟବସାୟ କରିଥିଲା। ଏହା ପରଠାରୁ ଆଲୟାଙ୍କ ନିକଟକୁ ଅଫର ଉପରେ ଅଫର ଆସୁଛି। ତେଣୁ କେଉଁ ଫିଲ୍ମରେ ଅଭିନୟ କରିବେ ସେ ସମ୍ପର୍କରେ କିଛି ନିଷ୍ପତ୍ତି ନେଇନାହାନ୍ତି। ଏବେ ସିନା ଆଲୟାଙ୍କ ନିକଟକୁ ଏତେ ଅଫର ଆସୁଛି ମାତ୍ର ପ୍ରଥମ ଫିଲ୍ମରେ ଅଭିନୟ କରିବା ତାଙ୍କ ପାଇଁ ବହୁ କଷ୍ଟକର ଥିଲା। ଯେତେବେଳେ ଦର୍ଶକେ ତାଙ୍କୁ ପସନ୍ଦ କରୁ ନ ଥିଲେ ସେ ନିରାଶ ହୋଇପଡୁଥିଲେ। ତେଣୁ ସେ ଚିନ୍ତା କଲେ ଯଦି ଜଣେ ପ୍ରଯୋଜକ ଗୋଟିଏ ଗୋଟିଏ ଫିଲ୍ମରେ କୋଟିକୋଟି ଟଙ୍କା ଖର୍ଚ୍ଚ କରିପାରୁଛନ୍ତି ସେ କାହିଁକି ଅଭିନୟ କରି ପରିଶ୍ରମର ମୂଲ୍ୟ ଉଠାଇ ନ ପାରିବେ। ତା’ ପରେ କାମରେ ଧ୍ୟାନ ଦେଲେ। ଯାହାର ଉଦାହରଣ ‘ଜଓ୍ବାନୀ ଜାନେମନ୍‌’। ଫିଲ୍ମଟି ତାଙ୍କୁ ବହୁତ ସଫଳତା ଆଣିଦେଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri