Posted inଖେଳ

ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ କୋହଲି

ମୁମ୍ବାଇ, ୧୦।୧୨- ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ ବୁଧବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ଭାରତ ପ୍ରଥମ ଓ ଓ୍ବେଷ୍ଟଇଣ୍ଡିଜ ୨ୟ ମ୍ୟାଚ୍‌ ଜିତିଥିବାରୁ ସିରିଜ ଏବେ ୧-୧ରେ ବରାବର୍‌ ରହିଛି। ତେଣୁ ଅନ୍ତିମ ମ୍ୟାଚ୍‌ ଜିତି ଉଭୟ ଦଳ ସିରିଜ ଜିତିବା ଲକ୍ଷ୍ୟରେ ରହିଛନ୍ତି। ଏହି ଅବସରରେ ଘରୋଇ ଦଳର ଅଧିନାୟକ ବିରାଟ କୋହଲି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଯଦି ୩ୟ ମ୍ୟାଚ୍‌ରେ କୋହଲି ଆଉ ୬ ରନ୍‌ ସଂଗ୍ରହ କରନ୍ତି ତେବେ ଟି୨୦ କ୍ରିକେଟ୍‌ରେ ଘରୋଇ ମାଟିରେ ଏକ ହଜାର ରନ୍‌ ପୂରଣ କରିବାରେ ସେ ପ୍ରଥମ ଭାରତୀୟ ଓ ବିଶ୍ୱର ୩ୟ କ୍ରିକେଟର୍‌ ହେବାର ସୌଭାଗ୍ୟ ଲାଭ କରିବେ। ଦୁଇ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପ୍‌ଟିଲ (୧୪୩୦ ରନ) ଓ କଲିନ୍‌ ମୁନ୍‌ରୋ (୧୦୦୦) ଏହିକ୍ରମରେ ତାଲିକାର ପ୍ରଥମ ଦୁଇଟି ସ୍ଥାନରେ ରହିଛନ୍ତି। କୋହଲି ୭୪ ଟି୨୦ ମ୍ୟାଚ୍‌ରୁ ୫୧.୩ ଆଭରେଜରେ ୨୫୬୩ ରନ କରିଛନ୍ତି। ପ୍ରଥମ ଟି୨୦ ମ୍ୟାଚ୍‌ରେ ସଂଗ୍ରହ କରିଥିବା ଅପରାଜିତ ୯୪ ରନ ତାଙ୍କ କ୍ୟାରିୟରର ଶ୍ରେଷ୍ଠ ଇନିଂସ। ଦ୍ୱିତୀୟ ମ୍ୟାଚ୍‌ ଅବସରରେ ରୋହିତ୍‌ ଶର୍ମାଙ୍କୁ ପଛରେ ପକାଇ ବିରାଟ ଭାରତର ସର୍ବାଧିକ ଟି୨୦ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ରୋହିତ୍‌ ୧୦୩ ମ୍ୟାଚ୍‌ରୁ ୩୧.୬ ଆଭରେଜରେ ୨୫୬୨ ରନ୍‌ କରି କୋହଲି (୨୫୬୩)ଙ୍କ ପଛକୁ ୨ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri