ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧଦିବସ ପାଳିତ: ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ

କଟକ ଅଫିସ,୨୭ା୭: ଓଡ଼ିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ହାଇକୋର୍ଟ ବାର୍‌ କନଭେନଶନ ହଲ୍‌ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ବୀରକିଶୋର ରାୟ ମେମୋରିଆଲ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ସଭାରେ କମିଟିର ଉପସଭାପତି ଆଡଭୋକେଟ ସନାତନ ଦାସ ପୌରୋହିତ୍ୟ କରିଥିଲେ। ଉକ୍ତ ସଭାରେ ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ଅକ୍ଷୟ କୁମାର ରଥ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ସ୍ବର୍ଗତ ରାୟଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ହାଇକୋର୍ଟ ବାର୍‌ର ସଭାପତି ଗୋପାଳକୃଷ୍ଣ ମହାନ୍ତି କହିଥିଲେ, ଓଡ଼ିଶା ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ। କମିଟି ସମ୍ପାଦକ ବିଜୟ କୁମାର ରଗଡ଼ ସ୍ବାଗତ ଭାଷଣ ଓ ଯୁଗ୍ମ ସମ୍ପାଦକ ଅଭୟ କୁମାର ଶର୍ମା ଧନ୍ୟବାଦ ଦେଇଥିଲେ। ଏହି ସଭାରେ ବିଚାରପତି ଡ. ଏ.କେ. ମିଶ୍ର, ବରିଷ୍ଠ ଆଇନଜୀବୀ ଅଶୋକ କୁମାର ମହାପାତ୍ର, ପୂର୍ବତନ ଆଡଭୋକେଟ ଜେନେରାଲ ଅଶୋକ ମହାନ୍ତି, ରମାକାନ୍ତ ମହାନ୍ତି, ବାର୍‌ କାଉନସିଲ ସଦସ୍ୟ ବନୋଜ ପଟ୍ଟନାୟକଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ। ପ୍ରକାଶଥାଉ କି, ଶ୍ରାଦ୍ଧ ଦିବସ ଉପଲକ୍ଷେ ସକାଳ ୮ଟାରେ ମହାନଦୀର ଗଡ଼ଗଡ଼ିଆ ଘାଟରେ ତିଳତର୍ପଣ କରାଯାଇଥିଲା। ପୂର୍ବାହ୍ନ ୧୦ଟାରେ ହାଇକୋର୍ଟ ପରିସରରେ ଜଷ୍ଟିସ ରାୟଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀଙ୍କ ସମେତ ସମସ୍ତ ବିଚାରପତି, କମିଟିର କର୍ମକର୍ତ୍ତା ଓ ବହୁ ଆଇନଜୀବୀ ମାଲ୍ୟାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri