Posted inଖେଳ

ପ୍ରଥମ ରାଉଣ୍ଡରୁ ଶ୍ରୀକାନ୍ତ, ସମୀର, ପ୍ରଣୟ ଆଉଟ୍‌

ପ୍ରଥମ ରାଉଣ୍ଡରୁ ଶ୍ରୀକାନ୍ତ, ସମୀର, ପ୍ରଣୟ ଆଉଟ୍‌
ବ୍ୟାଙ୍ଗକକ୍‌,୨୨।୧- କିଡାମ୍ବି ଶ୍ରୀକାନ୍ତ, ସମୀର ବର୍ମା ଓ ଏଚ୍‌.ଏସ୍‌. ପ୍ରଣୟ ଥାଇଲାଣ୍ଡ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ବାଧା ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି। ଶ୍ରୀକାନ୍ତଙ୍କୁ ଇଣ୍ଡୋନେସିଆର ହିରେନ ରୁଷ୍ଟାଭିଟୋ, ବର୍ମାଙ୍କୁ ମାଲେସିଆର ଲି ଜି ଜିଆ ଓ ପ୍ରଣୟଙ୍କୁ ମାଲେସିଆର ଲିଉ ଡାରେନ ପରାସ୍ତ କରିଛନ୍ତି। ୪୮ ମିନିଟ୍‌ ଧରି ଚାଲିଥିବା ମୁକାବିଲାରେ ୫ମ ସିଡ୍‌ ଶ୍ରୀକାନ୍ତ ୨୧-୧୨, ୧୪-୨୧, ୧୧-୨୧ ଗେମ୍‌ରେ ପରାସ୍ତ ହୋଇଛନ୍ତି। ଏହି ପରାଜୟ ଯୋଗୁ ତାଙ୍କ ଅଲିମ୍ପିକ୍ସ ଯୋଗ୍ୟତା ନେଇ ସନ୍ଦେହ ସୃଷ୍ଟି ହୋଇଛି। ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ୍‌ରେ ଶ୍ରୀକାନ୍ତ ଏବେ ୨୩ତମ ସ୍ଥାନରେ ଥିବାବେଳେ ଆସନ୍ତା ଏପ୍ରିଲ ୨୬ ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ପାଇଁ ଅନ୍ତିମ ତାରିଖ। ଏଥିପୂର୍ବରୁ ସେ ଇଣ୍ଡୋନେସିଆ ମାଷ୍ଟର୍ସ ଓ ମାଲେସିଆ ମାଷ୍ଟର୍ସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲେ। ଅନ୍ୟପକ୍ଷରେ ବର୍ମା ୧୬-୨୧, ୧୫-୨୧ ଗେମ୍‌ରେ ମ୍ୟାଚ୍‌ ହାରିଛନ୍ତି। କିନ୍ତୁ ପ୍ରଣୟ ଜୋରଦାର ଲଢ଼େଇ କରିଥିଲେ। ପ୍ରଥମ ଗେମ୍‌ (୧୭-୨୧)ରେ ହାରିବା ପରେ ଦ୍ୱିତୀୟ ଗେମ୍‌କୁ ୨୨-୨୦ରେ ଜିତି ମ୍ୟାଚ୍‌କୁ ଫେରିଥିଲେ। କିନ୍ତୁ ତୃତୀୟ ତଥା ଅନ୍ତିମ ଗେମରେ ୧୯-୨୧ ବ୍ୟବଧାନରେ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri