ପ୍ରଥମ ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିଜେଡି ଶାସନର ପଞ୍ଚମ ପାଳି ଆରମ୍ଭ ହୋଇଛି। ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେଉଁ ବିଭାଗ ଯୋଜନାକୁ କିଭଳି କାର୍ଯ୍ୟକାରୀ କରୁଛନ୍ତି, ଯୋଜନା ଲୋକଙ୍କ ପାଖରେ ପହଞ୍ଚୁଛି କି ନାହିଁ। ଆଗାମୀ ଦିନ ପାଇଁ କି କି ନୂତନ ଯୋଜନା ପ୍ରସ୍ତୁତ କରାଯାଉଛି ମନ୍ତ୍ରୀମାନେ ସେ ସବୁର ଟିକ୍‌ନିକ୍‌ ହିସାବ ଦେବେ। ପ୍ରତି ମାସର ୭ ତାରିଖ ମଧ୍ୟରେ ନିଜ ନିଜ ବିଭାଗର ରିପୋର୍ଟ କାର୍ଡ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମେ ୨୯ ତାରିଖରେ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲା। ଜୁଲାଇ ୭ ତାରିଖ ସୁଦ୍ଧା ମନ୍ତ୍ରୀମାନେ ନିଜ ବିଭାଗର କାର୍ଯ୍ୟଦକ୍ଷତାକୁ ରିପୋର୍ଟ ଆକାରରେ ଉପସ୍ଥାପନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ଆସନ୍ତା ରବିବାର ୭ ତାରିଖ ପଡୁଛି। ସେହିଦିନ ସରକାରୀ ଛୁଟି ଦିବସ ଥିବାରୁ କେତେଜଣ ମନ୍ତ୍ରୀ ଶନିବାର ଓ ଅନ୍ୟମାନେ ସୋମବାର ନିଜର ରିପୋର୍ଟ କାର୍ଡ ପ୍ରଦାନ କରିବେ ବୋଲି ଜଣାପଡ଼ିଛି।
ରିପୋର୍ଟ କାର୍ଡ ପ୍ରଦାନ କରିବା ସମ୍ପର୍କରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ନିର୍ବାଚନ ଇସ୍ତାହାର ଅନୁଯାୟୀ ଆମେ ଅଗ୍ରଗତିର ସମୀକ୍ଷା କରୁଛୁ। ଉଦାହରଣ ସ୍ବରୂପ ପୂର୍ତ୍ତ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଓ୍ବେର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବାକୁ କଳାହାଣ୍ଡି ଯାଉଥିବା ସେ କହିଛନ୍ତି। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି , ପ୍ରତିମାସର ୭ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହି ନିର୍ଦ୍ଦେଶାନୁସାରେ ରିପୋର୍ଟ ପ୍ରସ୍ତୁତ କରାଯାଇଛି। ଶନିବାର ରିପୋର୍ଟ ଦାଖଲ କରାଯିବ। କୃଷି ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଚାଲୁ ରହିଥିବା କାର୍ଯ୍ୟକ୍ରମକୁ କିପରି ତ୍ୱରାନ୍ବିତ କରାଯିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ଓଡ଼ିଆ ଭାଷା , ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ କହିଛନ୍ତି, ପ୍ରତିମାସ ପ୍ରଥମ ସପ୍ତାହର ଶେଷ ଦିବସ ପୂର୍ବରୁ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଦୁଇଟି ବିଭାଗର ରିପୋର୍ଟ ପ୍ରସ୍ତୁତ ଶେଷ ହୋଇଛି। ଖୁବ୍‌ଶୀଘ୍ର ରିପୋର୍ଟ ଦାଖଲ କରାଯିବ । ପ୍ରଥମ କ୍ୟାବିନେଟ ବୈଠକ ବେଳେ ବିଜେଡି ଇସ୍ତାହାରକୁ ପାଳନ କରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି, ଯେତେବେଳେ ମୁଁ ପ୍ରଥମ କରି ସ୍ବାସ୍ଥ୍ୟ ବିଭାଗ ଦାୟିତ୍ୱ ନେଲି ସେତେବେଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ତ୍ୱରାନ୍ବିତ କରିବା ଥିଲା ପ୍ରଥମ କର୍ତ୍ତବ୍ୟ। ମୁଖ୍ୟମନ୍ତ୍ରୀଙ୍କର ସ୍ବପ୍ନ ସମସ୍ତଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା। ଠିକା ଡାକ୍ତରଙ୍କ ଅବସର ବୟସ ସୀମା ୬୮ରୁ ୭୦ ବର୍ଷକୁ ବୃଦ୍ଧି କରିବା ଥିଲା ଦ୍ୱିତୀୟ ଲକ୍ଷ୍ୟ । ରାଜ୍ୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ କରିବା ସହିତ ନୂତନ ପଦବୀ ସୃଷ୍ଟି କରିବା ଏବଂ ପୁରୀ ଓ କଳାହାଣ୍ଡିରେ ମେଡିକାଲ କଲେଜ ସ୍ଥାପନ କରିବା ପ୍ରମୁଖ ଦାୟିତ୍ୱ ରହିଛି। ବିଭିନ୍ନ ଦିଗକୁ ଦେଖି ବିଭାଗଗୁଡ଼ିକର ରିପୋର୍ଟ ପ୍ରସ୍ତୁତ ହୋଇସାରିଛି। ଗଣତନ୍ତ୍ରରେ ଏହା ଏକ ଭଲ ପଦକ୍ଷେପ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ସ୍ବାଗତ କରାଯାଉଛି ବୋଲି ସେ କହିଛନ୍ତି। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ କହିଛନ୍ତି, ଏ ପର୍ଯ୍ୟନ୍ତ ଆମ ବିଭାଗର ରିପୋର୍ଟ ଦାଖଲ କରାଯାଇ ନାହିଁ। ଶୁକ୍ରବାର ସନ୍ଧ୍ୟାରେ ଆମ ବିଭାଗର ଏକ ସମୀକ୍ଷା ବୈଠକ ଡକାଯାଇଛି। ଶନିବାର ଆମେ ରିପୋର୍ଟ ଦାଖଲ କରିବୁ ବୋଲି ମନ୍ତ୍ରୀ କହିଛନ୍ତି। ଆମେ ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଉପରେ ଅଧିକ ଫୋକସ କରୁଛୁ ବୋଲି ସେ କହିଛନ୍ତି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ବିଭାଗ ଦ୍ୱାରା ନିଆଯାଇଥିବା ପଦକ୍ଷେପ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ୭ ତାରିଖ ରବିବାର ପଡୁଥିବାରୁ ଏହା ପୂର୍ବରୁ ରିପୋର୍ଟ ଦାଖଲ କରିବାକୁ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri