ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ପୁନଃପ୍ରଚଳନ ଦାବି ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଯାଜପୁର ଟାଉନ,୨୪ା୬(ଡି.ଏନ.ଏ.)- ଚଳିତ ଶିକ୍ଷାବର୍ଷରେ ପ୍ରଥମ ଶ୍ରେଣୀରୁ ପାସ୍‌ ଫେଲ ବ୍ୟବସ୍ଥା ପୁନଃପ୍ରଚଳନ କରିବା ଓ ଶିକ୍ଷାକ୍ଷେତ୍ରରେ ଥିବା ବହୁବିଧ ସମସ୍ୟା ଦୂର କରିବା ଦାବିରେ ସୋମବାର ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଜିଲା କମିଟି ପକ୍ଷରୁ ଯାଜପୁର ଟାଉନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରକାଶଥାଉକି, ୨୦୦୯ରୁ ସରକାର ପାସ୍‌ ଫେଲ ବ୍ୟବସ୍ଥା ଉଚ୍ଛେଦ ଆଇନ ଆଣିବା ପରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଓ ଏହାର ଛାତ୍ର ସଙ୍ଗଠନ ଏଆଇଡିଏସ୍‌ଓ ପକ୍ଷରୁ ଆଞ୍ଚଳିକ ଓ ବ୍ଲକ୍‌ସ୍ତରଠାରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିଥିଲା। ଦୀର୍ଘ ୧୦ବର୍ଷ ଧରି ଏହି ଆନ୍ଦୋଳନରେ ରାଜ୍ୟର ବହୁ ବୁଦ୍ଧିଜୀବୀ ସାମିଲ ହୋଇ ପାସ୍‌ ଫେଲ ବ୍ୟବସ୍ଥା ଉଚ୍ଛେଦ ଯୋଗୁ ଶିକ୍ଷାର ମାନ ହ୍ରାସ ପାଉଛି। ଏହି ଯୁକ୍ତିର ସଠିକତାକୁ ଉପଲବ୍ଧି କରି ଶକ୍ତିଶାଳୀ ଆନ୍ଦୋଳନ ଗଢ଼ିତୋଳିଥିଲେ। ଶେଷରେ ଆନ୍ଦୋଳନ ଚାପରେ ବାଧ୍ୟ ହୋଇ ସରକାର ଚଳିତ ବର୍ଷଠାରୁ ଦ୍ୱିତୀୟ ଶ୍ରେଣୀରୁ ପାସ୍‌ ଫେଲ ବ୍ୟବସ୍ଥା ଲାଗୁ କରିଛନ୍ତି। ହେଲେ ପ୍ରଥମ ଶ୍ରେଣୀରୁ ଏହି ବ୍ୟବସ୍ଥା ଲାଗୁ କରିବା ପାଇଁ ଦଳପକ୍ଷରୁ ସାରା ରାଜ୍ୟବ୍ୟାପୀ ‘ଦାବି ଦିବସ’ ପାଳିତ ହେଉଛି। ଏହି ଅବସରରେ ଦଳର ଜିଲା କମିଟି ସମ୍ପାଦକ ତଥା ରାଜ୍ୟ କମିଟି ସଭ୍ୟ କମ୍ରେଡ ସୁରେନ୍ଦ୍ର ମଲ୍ଲିକଙ୍କ ନେତୃତ୍ୱରେ ଜିଲା କମିଟି ସଭ୍ୟ ସ୍ବୟଂପ୍ରଭା ନାୟକ, ଅଚ୍ୟୁତ ପ୍ରଧାନ, ସୁରେଶ ପ୍ରଧାନ, ଡିଏସ୍‌ଓର ସଙ୍ଗଠକ ନିରୁପମା ବେହେରା, ଦମୟନ୍ତୀ ମୁଦୁଲି, ସଂଯୁକ୍ତା ସାହୁ, ମନୋଜ ସେଠୀ, ସସ୍ମିତା ଯେନା ପ୍ରମୁଖଙ୍କ ସହ ଶତାଧିକ ଦଳୀୟ କର୍ମୀ ଏକ ଶୋଭାଯାତ୍ରାରେ ସ୍ଥାନୀୟ କୁସୁମା ଛକରୁ ବାହାରି ସହର ପରିକ୍ରମା କରିଥିଲେ। ପରେ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri