ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂଲିଶ ଶିକ୍ଷା

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରୀଛାତ୍ରମାନଙ୍କ ଆଧାର ସଂଯୋଗକୁ ମଧ୍ୟ ସୁନିଶ୍ଚିତ କରାଯିବ। ୩୦ ଜିଲାର ୧୦୧ ବିଦ୍ୟାଳୟକୁ ଉତ୍କର୍ଷ କେନ୍ଦ୍ରଭାବେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଦ୍ୟାଳୟଗୁଡ଼ିକରେ ପ୍ରଥମ ଶ୍ରେଣୀରୁ ଇଂଲିଶ୍‌ ମିଡିୟମ ସେକ୍ସନ ରହିବ। ଏହିସବୁ ସ୍କୁଲର ଆବଶ୍ୟକତା ପୂରଣ ପାଇଁ ୨୫ଲକ୍ଷ ଟଙ୍କା ଲେଖାଏ ମଧ୍ୟ ଦିଆଯିବାକୁ ସରକାର ସ୍ଥିର କରିଛନ୍ତି। ପ୍ରାଥମିକ ବିଦ୍ୟାଳୟଠାରୁ ଆରମ୍ଭ କରି ମାଧ୍ୟମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ଶିକ୍ଷକମାନଙ୍କୁ ନିୟୋଜିତ କରାଯିବ ବୋଲି ସରକାର ସୂଚନା ଦେଇଛନ୍ତି।
ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନକୁ ସୁନିଶ୍ଚିତ କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ର ଏବଂ ଅଭିଭାବକମାନଙ୍କ ମଧ୍ୟରେ ଆଗ୍ରହ ବଢ଼ାଇବାକୁ ସରକାରୀ ସ୍କୁଲ ପରିଚାଳନା ବ୍ୟବସ୍ଥା ଓ ଶିକ୍ଷାଦାନରେ ଉନ୍ନତି ଆଣିବା ଏବଂ ଛାତ୍ରୀଛାତ୍ରଙ୍କ ବ୍ୟକ୍ତିତ୍ୱ ବିକାଶ ଭଳି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ୨୦ଜଣରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲଗୁଡ଼ିକୁ ନିକଟସ୍ଥ ସରକାରୀ ବିଦ୍ୟାଳୟରେ ମିଶାଇ ଦେବା ଏବଂ ପିଲାଙ୍କୁ ସେହି ବିଦ୍ୟାଳୟରେ ପଢ଼ିବା ପାଇଁ ନିଷ୍ପତ୍ତି ନିଆଯାଇଛି। ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟଗୁଡ଼ିକ, ଯାହା ୧ରୁ ୩ କିମି ପରିସର ମଧ୍ୟରେ ରହିଛି ସେଗୁଡ଼ିକୁ ମିଶାଇ ଦିଆଯିବ। ଏହାଦ୍ୱାରା ଶିକ୍ଷକ ଅଭାବଜନିତ ସମସ୍ୟା ଏବଂ ଶିକ୍ଷାଦାନ ପାଇଁ ଅନ୍ୟାନ୍ୟ ସୁବିଧା ସୁଯୋଗର ଅଭାବ ରହିବ ନାହିଁ। ଏ କ୍ଷେତ୍ରରେ ଅନ୍ୟ ସ୍କୁଲକୁ ସ୍ଥାନାନ୍ତରିତ ହେଉଥିବା ପିଲାଙ୍କୁ ଆର୍‌ଟିଇ ଆକ୍ଟ ଅନୁଯାୟୀ ଏସ୍‌କର୍ଟ ଆଲାଉନ୍ସ ଦେବାର ବ୍ୟବସ୍ଥା କରାଯାଇଛି। ସେହିପରି ସ୍ଥାନାନ୍ତର ଭତ୍ତା ବାବଦରେ ସର୍ବାଧିକ ୫ହଜାର ଟଙ୍କା ଦିଆଯିବ।
ସରକାରୀ ବିଦ୍ୟାଳୟ ନିକଟରେ ଥିବା ବ୍ଲକଗ୍ରାଣ୍ଟ, ଏଡେଡ୍‌, ନୂତନ ଏଡେଡ୍‌ ସ୍କୁଲଗୁଡିକୁ ମିଶାଇ ଦିଆଯିବ। ଏହାସହ ଠିକ୍‌ଭାବେ ଚାଲୁ ନ ଥିବା ବ୍ଲକଗ୍ରାଣ୍ଟ ସ୍କୁଲଗୁଡ଼ିକୁ ବନ୍ଦ କରିଦେବା ଏବଂ ଆବଶ୍ୟକତା ଭିତ୍ତିରେ ବ୍ଲକଗ୍ରାଣ୍ଟ ଓ ସରକାରୀ ଶିକ୍ଷକଙ୍କୁ ଡେପୁଟେଶନ ନିୟମ ଅନୁଯାୟୀ ନିୟୋଜିତ କରିବା ଲାଗି ନୀତ ପ୍ରଣୟନ ହେବ। ଫନୀ ଦ୍ୱାରା ପ୍ରଭାବିତ ୫ ଜିଲାର କ୍ଷତିଗ୍ରସ୍ତ ବ୍ଲକଗ୍ରାଣ୍ଟ ସ୍କୁଲରେ ଯଦି ଅଧିକ ପିଲା ପଢୁଥିବେ ତେବେ ସେ କ୍ଷେତ୍ରରେ ଉକ୍ତ ବିଦ୍ୟାଳୟଗୁଡ଼ିକର ମରାମତି, ରକ୍ଷଣାବେକ୍ଷଣ ଏବଂ ପୁନଃନିର୍ମାଣ ପାଇଁ ପାଣ୍ଠି ଯୋଗାଇ ଦିଆଯିବ। ଅନ୍ୟପକ୍ଷରେ ସ୍କୁଲ ଓ ଗଣଶିକ୍ଷା ବିଭାଗରେ ମୋ ସରକାର କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଯିବ। ଏଥିଲାଗି ଅଭିଭାବକମାନଙ୍କ ଫୋନ୍‌ ନମ୍ବରକୁ ଡିଜିଟାଇଜ୍‌ କରାଯିବ। ୫-ଟି କାର୍ଯ୍ୟକ୍ରମ ଅନୁସାରେ ଛାତ୍ରୀଛାତ୍ରମାନେ ଯେପରି ସେମାନଙ୍କ ସାର୍ଟିଫିକେଟ ଅନ୍‌ଲାଇନ ଯୋଗେ ପାଇପାରିବେ ସେଥିଲାଗି କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକ ତାଲିମ ପ୍ରତିଷ୍ଠାନଗୁଡ଼ିକରେ ଉଚ୍ଚଶିକ୍ଷା ବିଭାଗରୁ ଅଧ୍ୟାପକ ନିଯୁକ୍ତି ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଥିବା ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?