ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲରେ ତାଲା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୩-୯:ବାଲେଶ୍ୱର ସହର ମଠସାହି ମହାବୀର ନୋଡ଼ାଲ ଉ.ପ୍ରା. ବିଦ୍ୟାଳୟରେ ଜଣେ ପ୍ରଥମଶ୍ରେଣୀ ଛାତ୍ର ଶୌଚାଳୟ ଯାଇଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ଠିକ୍‌ ଭାବେ ଯାଞ୍ଚ ନ କରି ସ୍କୁଲ ବନ୍ଦ କରି ପଳାଇଯିବା ଘଟଣା ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପାଇଛି। ପରେ ଛାତ୍ରଜଣକ ବିଦ୍ୟାଳୟ ଫାଟକ ନିକଟକୁ ଆସି ଜୋରରେ କାନ୍ଦିବାରୁ ତାଙ୍କୁ ୧ ଘଣ୍ଟା ପରେ ଉଦ୍ଧାର କରାଯାଇଥିଲା। ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜିଲା ଶିକ୍ଷାଧିକାରୀ(ଡିଇଓ) ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଡିଇଓଙ୍କ ତତ୍ତ୍ୱାବଧାନରେ ସଦର ବ୍ଲକ ଶିକ୍ଷାଧିକାରୀ କବିତାରାଣୀ ଜେନା, ସହ ଶିକ୍ଷାଧିକାରୀ ବିକର୍ତ୍ତନ ନାୟକ ଓ ସିଆର୍‌ସିସି ସଙ୍ଗୀତା ରଥ ମିଳିତ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହାକୁ ଭିତ୍ତି କରି ଜିଲା ଶିକ୍ଷାଧିକାରୀ ଷଡ଼ଙ୍ଗୀ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶାନ୍ତି ପ୍ରତିମା ମହାପାତ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହାସହ ଅନ୍ୟ ଶିକ୍ଷକ ଓ କର୍ମଚାରୀମାନଙ୍କୁ ଏଭଳି ଘଟଣା ପୁନର୍ବାର ଯେପରି ନ ଘଟେ ସେଥିପ୍ରତି ସଜାଗ ରହିବାକୁ ସତର୍କ କରାଇଛନ୍ତି।
ବୁଧବାର ସ୍କୁଲ ଛୁଟି ହେବାର କିଛି ସମୟ ପୂର୍ବରୁ ଛାତ୍ର ଜଣକ ଶୌଚାଳୟ ଯାଇଥିଲେ। ସମସ୍ତ ଛାତ୍ରୀଛାତ୍ର ପଳାଇବା ପରେ କ୍ଲାସରୁମ୍‌ରେ ଉକ୍ତ ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ ଥିଲେ ମଧ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ଠିକ୍‌ ଭାବେ ନ ଦେଖି ଶ୍ରେଣୀଗୃହରେ ତାଲ ପକାଇ ଦେଇଥିଲେ। ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଯିବା ପରେ କର୍ମଚାରୀଜଣକ ସ୍କୁଲ ଫାଟକରେ ମଧ୍ୟ ତାଲା ପକାଇ ପଳାଇ ଯାଇଥିଲେ। ଛାତ୍ରଜଣକ ଶୌଚାଳୟରୁ ବାହାରି ସବୁଆଡ଼େ ତାଲା ପଡ଼ିଥିବା ଦେଖି କାନ୍ଦିବା ଆରମ୍ଭ କରିଥିଲେ। ପ୍ରାୟ ଘଣ୍ଟାଏ ପରେ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଖବର ଦେଇଥିଲେ। ଉକ୍ତ କର୍ମଚାରୀ ପହଞ୍ଚି ଛାତ୍ରଙ୍କୁ ଉଦ୍ଧାର କରିଥିଲେ। ଛାତ୍ରଙ୍କ କହିବାନୁସାରେ ସେ ଶିକ୍ଷୟିତ୍ରୀଙ୍କୁ କହି ଶୌଚାଳୟ ଯାଇଥିଲେ। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କର ଦାୟିତ୍ୱହୀନତାକୁ ଅଭିଭାବକମାନେ ନିନ୍ଦା କରିଛନ୍ତି। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ଅଭିଭାବକମାନେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ତାଙ୍କର କିଛି ଭୁଲ୍‌ ନ ଥିଲା ବୋଲି ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ତଦନ୍ତକାରୀ ଅଧିକାରୀ ସଦର ବ୍ଲକ ଶିକ୍ଷାଧିକାରିଣୀ କବିତା ରାଣୀ ଜେନା କହିଛନ୍ତି, ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶରେ ୩ଜଣିଆ ଟିମ୍‌ ବିଦ୍ୟାଳୟରେ ପହଞ୍ଚତ୍ ତଦନ୍ତ କରିଥିଲା। ଏହାର ରିପୋର୍ଟ ଜିଲା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରାଯାଇଛି। ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ କହିଛନ୍ତି, ଏଭଳି ଅଭାବନୀୟ ଘଟଣା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ଦାୟୀ କରାଯାଇ ତାଙ୍କୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri