ପ୍ରଥମ ସୋମବାରରେ କାଉଡ଼ିଆଙ୍କ ଜଳଲାଗି

ଆରଡ଼ି,୨୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ହଜାର ହଜାର କାଉଡ଼ିଆ ଶ୍ରାବଣ ମାସର ପ୍ରଥମ ସୋମବାରରେ ମହାଦେବଙ୍କୁ ଜଳଲାଗି କରିଛନ୍ତି। ରବିବାର ରାତି ୧୧ଟାରୁ ଏହି ଜଳଲାଗି ଆରମ୍ଭ ହୋଇଥିଲା। କାଉଡ଼ିଆମାନେ ଲମ୍ବା ଲାଇନରେ ଆସି ଜଳ ଲାଗିବା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରି ସେମାନଙ୍କ ମାନସିକ ପୂରଣ କରିଛନ୍ତି । ରବିବାର ସନ୍ଧ୍ୟାରୁ ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ଆରଡ଼ି ଫାଣ୍ଡି ଅଧିକାରୀ ବ୍ରଜକିଶୋର ଦାସ ପୀଠରେ ଶୃଙ୍ଖଳା ରକ୍ଷା ପାଇଁ ନିୟୋଜିତ ହୋଇଛନ୍ତି ଓ ସୂଚାରୁ ରୂପେ ଜଳ ଲାଗି କାର୍ଯ୍ୟ ଚାଲିଥିବା ଏହି ୨ ପୋଲିସ ଅଧିକାରୀ କହିଛନ୍ତି। ପୀଠରେ ବିଦ୍ୟୁତ ବିଭାଗ କର୍ମଚାରୀଙ୍କ ତ୍ରୁଟି ଯୋଗୁଁ କାଉଡ଼ିଆମାନେ ରବିବାର ରାତି ଓ ସୋମବାର ସକାଳୁ ନାହିଁ ନ ଥିବା ଅସୁବିଧା ଭୋଗ କରିଥିବା କହିଛନ୍ତି। ପ୍ରଥମ ସୋମବାରରେ ବହୁ ସଂଖ୍ୟକ ମହିଳା କାଉଡ଼ିଆ ଜଳଲାଗି କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri