ପ୍ରଥମ ୨ ମାସରେ ବିତ୍ତୀୟ ନିଅଣ୍ଟ ୫୨% ଛୁଇଁଲା

ନୂଆଦିଲ୍ଲୀ,୨୯-୬: କେନ୍ଦ୍ର ସରକାରଙ୍କ ବିତ୍ତୀୟ ନିଅଣ୍ଟ ପରିମାଣ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୨ ମାସରେ ବଜେଟ ଅନୁମାନର ୫୨%ରେ ପହଞ୍ଚତ୍ୟାଇଛି। ମହାଲେଖା ନିୟନ୍ତ୍ରକ(ସିଜିଏ) ଦ୍ୱାରା ଜାରି ତଥ୍ୟ ଅନୁଯାୟୀ, ନିରପେକ୍ଷ ରୂପରେ ବିତ୍ତୀୟ ନିଅଣ୍ଟ ପରିମାଣ ୩,୬୬,୧୫୭ କୋଟି ଟଙ୍କା ହୋଇଛି। ପୂର୍ବବର୍ଷର ଏହି ଅବଧିରେ ନିଅଣ୍ଟ ପରିମାଣ ବଜେଟ ଲକ୍ଷ୍ୟର ୫୫.୩% ରହିଥିଲା। ଫେବୃୟାରୀରେ କେନ୍ଦ୍ର ସରକାର ୨୦୧୯-୨୦ର ଅନ୍ତରୀଣ ବଜେଟ ଉପସ୍ଥାପନ କରି ପୂରା ବର୍ଷରେ ବିତ୍ତୀୟ ନିଅଣ୍ଟ ପରିମାଣ ୭.୦୩ ଲକ୍ଷ କୋଟି ଟଙ୍କା ରହିବ ବୋଲି ଅନୁମାନ କରିଥିଲେ। ସରକାର ଚଳିତ ଆର୍ଥିକ ବର୍ଷରେ ବିତ୍ତୀୟ ନିଅଣ୍ଟ ପରିମାଣ ମୋଟ ଘରୋଇ ଉତ୍ପାଦ(ଜିଡ଼ିପି)ର ୩.୪%ରେ ରଖିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଗତ ଆର୍ଥିକ ବର୍ଷ ପାଇଁ ମଧ୍ୟ ସମାନ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା, ଯାହା ପ୍ରାୟତଃ ପୂରଣ ହୋଇଛି। ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷର ପ୍ରଥମ ଦୁଇ ମାସ ଏପ୍ରିଲ-ମେ’ରେ ରାଜସ୍ବ ଆୟ ବଜେଟ ଅନୁମାନର ୭.୩% ରହିଛି। ବର୍ଷକ ପୂର୍ବେ ଏହି ଅବଧିରେ ସମାନ ରାଜସ୍ବ ଆଦାୟ ହୋଇଥିଲା। ତେବେ ପୁଞ୍ଜି ବ୍ୟୟ ଆଲୋଚ୍ୟ ବର୍ଷରେ ବଜେଟ ଅନୁମାନର କେବଳ ୧୪.୨% ରହିଛି, ଯାହା କି, ପୂର୍ବବର୍ଷର ଏହି ସମୟରେ ୨୧.୩% ରହିଥିଲା। ଏପ୍ରିଲ-ମେ’ରେ ସରକାରଙ୍କ ମୋଟ ବ୍ୟୟ ୫.୧୨ ଲକ୍ଷ କୋଟି ଟଙ୍କା ଥିଲା, ଯାହା ବଜେଟ ଅନୁମାନର ୧୮.୪%। ବର୍ଷକ ପୂର୍ବେ ଏହା ୧୯.୪% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?