ପ୍ରଦତ୍ତ ଅନୁଦାନକୁ ଠିକ୍‌ ଭାବେ ଖର୍ଚ୍ଚ କରୁନାହିଁ ରେଳ ମନ୍ତ୍ରଣାଳୟ: ପ୍ରସନ୍ନ

ଭୁବନେଶ୍ୱର,୬ା୨(ବ୍ୟୁରୋ): କେନ୍ଦ୍ର ସରକାର ବଜେଟରେ ରେଳପଥ ପାଇଁ ଅନୁଦାନ ଦେଉଛନ୍ତି। ସେହିକ୍ରମରେ ଓଡ଼ିଶା ମଧ୍ୟ ଅନୁଦାନ ପାଉଛି। ହେଲେ ରେଳପଥ ଦ୍ୱାରା ଅନୁମୋଦନ କରାଯାଉଥିବା ଅର୍ଥକୁ ମନ୍ତ୍ରଣାଳୟ ଠିକ୍‌ ଭାବେ ରାଜ୍ୟରେ ଖର୍ଚ୍ଚ କରୁନାହିଁ ବୋଲି ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଗତ ୧ରେ କେନ୍ଦ୍ର ପକ୍ଷରୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରାଯାଇଥିଲା। କିଛିବର୍ଷ ହେବ ଏଥିରେ ରେଳପଥ ବଜେଟ ମଧ୍ୟ ମିଶି କରି ରହୁଛି। ଏହି ପ୍ରସଙ୍ଗରେ ପ୍ରସନ୍ନ କହିଛନ୍ତି ଯେ, ରେଳପଥ ପାଇଁ ଜମି ଅଧିଗ୍ରହଣ ସୁଚାରୁ ରୂପେ ରାଜ୍ୟ ସରକାର କରୁଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ୫୦ ପ୍ରତିଶତ ଅର୍ଥ ମଧ୍ୟ ପ୍ରଦାନ କରୁଛନ୍ତି। ହେଲେ ଜମି ଦେଲା ପରେ ମଧ୍ୟ ରାଜ୍ୟରେ ଧୀମା ଗତିରେ ରେଳପଥ ପ୍ରକଳ୍ପ କାର୍ଯ୍ୟ ଚାଲୁଛି। ତେଣୁ କେନ୍ଦ୍ର ସରକାର ଏହି ସବୁ ପ୍ରସଙ୍ଗକୁ ଗୁରୁତର ସହ ବିଚାର କରନ୍ତୁ। ରାଜ୍ୟରେ ଚାଲୁଥିବା ସମସ୍ତ ପ୍ରକଳ୍ପ ଯେପରି ଶେଷ ହୋଇ ପାରିବ, ସେଥିପ୍ରତି ଦୃଷ୍ଟି ଦିଅନ୍ତୁ ବୋଲି ପ୍ରସନ୍ନ ଦାବି କରିଛନ୍ତି। ଓଡ଼ିଶାରେ ରେଳପଥ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିୟମିତ ବ୍ୟବଧାନରେ ସୁବ୍ୟବସ୍ଥିତ ପ୍ରସ୍ତାବ ଦେବା ସହ ଅଧିକ ଅନୁଦାନ ପାଇଁ ଦାବି କରିଛନ୍ତି। ହେଲେ ପ୍ରସ୍ତାବ ଅନୁଯାୟୀ କେନ୍ଦ୍ରୀୟ ଅନୁଦାନ ହ୍ରାସ ପାଇଥିବା ପ୍ରସନ୍ନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri