ପ୍ରଦର୍ଶନକାରୀଙ୍କୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଆମ ପାଖରେ ରହିଛି ଭୟଙ୍କର କୁକୁର ସହିତ ମାରଣାସ୍ତ୍ର

ଓ୍ବାଶିଂଟନ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଜଣେ ଅଣ-ଶ୍ୱେତାଙ୍ଗଙ୍କ ମୃତ୍ୟୁ ନେଇ ପ୍ରଦର୍ଶନ ଜାରି ରହିଛି। ମିନେସୋଟା ରାଜ୍ୟର ମିନେପୋଲିସ ସହରରେ ପୋଲିସ ହେପାଜତରେ ଅଣ-ଶ୍ୱେତାଙ୍ଗ ଜର୍ଜ ଫ୍ଲୋୟର୍ଡଙ୍କ ମୃତ୍ୟୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ଦୃଷ୍ଟିରୁ ଆମେରିକାର ଆଟଲାଣ୍ଟା ସମେତ ୧୬ଟି ରାଜ୍ୟର ୨୫ଟି ସହରରେ କର୍ଫ୍ୟୁ ଜାରି କରାଯାଇଛି। ଶନିବାର ରାତିରେ ବହୁ ସହରରେ ପ୍ରଦର୍ଶନକାରୀ ଏବଂ ପୋଲିସ ମୁହାଁ ମୁହିଁ ହୋଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଦର୍ଶନକାରୀଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ହ୍ବାଇଟ୍‌ ହାଉସର ପରିସୀମା ଛୁଇଁଲେ ପ୍ରଦର୍ଶନକାରୀ ଅସୁବିଧାରେ ପଡ଼ିବେ। ଆମ ପାଖରେ ଭୟଙ୍କର କୁକୁର ଏବଂ ମାରଣାସ୍ତ୍ର ରହିଛି। ଏବେ ଟ୍ରମ୍ପ୍‌ଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ୧୪୦୦ ପ୍ରଦର୍ଶନକାରୀଙ୍କ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରେ ୮୦ ପ୍ରତିଶତ ମିନେପୋଲିସ ସହରର ବାସିନ୍ଦା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ୧୯୯୬ ବିଶ୍ୱ କପ ବିଜେତା, ଭାରତର ପଡ଼ୋଶୀ ଦେଶ କରିବ…

କଲମ୍ବୋ,୧୬।୧୨: ସୋମବାର ଏକ କୋର୍ଟକୁ ସୂଚନା ଦିଆଯାଇଛି ଯେ ଶ୍ରୀଲଙ୍କା କର୍ତ୍ତୃପକ୍ଷ ବିଶ୍ୱକପ ବିଜୟୀ କ୍ରିକେଟ ଅଧିନାୟକ ଅର୍ଜୁନ ରଣତୁଙ୍ଗାଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଭାବରେ ତାଙ୍କ...

ଧନୁ ସଂକ୍ରାନ୍ତିରେ ଖୋଲିବ ଏହି ରାଶିର ଭାଗ୍ୟ, ମିଳିବ ଖୁସି ଖବର

ଆଜିଠାରୁ ଧନୁ ରାଶିର ସମୟ ଆରମ୍ଭ ହେଉଛି, ଯାହା ପରିବେଶକୁ ପୂର୍ବ ଅପେକ୍ଷା ଅଧିକ ସକାରାତ୍ମକ ଏବଂ ଭବିଷ୍ୟତମୁଖୀ କରିବ। ଲୋକମାନେ ବଡ଼ ଲକ୍ଷ୍ୟ ରଖିବେ...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ...

ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ...

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ...

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri