କାର୍ଡ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ କୃଷି ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କର କର୍ମଚାରୀମାନେ ପ୍ରାୟ ଆଠ ବର୍ଷ ହେବ ଦରମା ପାଇ ନାହାନ୍ତି। ଏମାନେ ଦୀର୍ଘ ବର୍ଷ ଧରି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସରକାର ସେମାନଙ୍କ ଦରମା ରୋକି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ମଙ୍ଗଳବାରଠାରୁ ଓଡ଼ିଶା କାର୍ଡ ବ୍ୟାଙ୍କ କର୍ମଚାରୀ ସଂଘ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ ଥିବା ସମବାୟ ସମିତି ନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ବ୍ୟାଙ୍କଗୁଡିକୁ ନାବାର୍ଡ ଆର୍ଥତ୍କ ଯୋଗାଉଥିବାବେଳେ ୨୦୦୩ ପରଠାରୁ ନେଣଦେଣ ଏକରକମ ବନ୍ଦ କରିଦେଇଥିଲା। ଯାହାଫଳରେ ବ୍ୟାଙ୍କଗୁଡିକ ଧୀରେ ଧୀରେ ଦେବାଳିଆ ହୋଇ ପଡିଥିଲା। ପରେ ଏହି ସଂସ୍ଥାଗୁଡିକୁ ସକ୍ରିୟ କରିବା ଲାଗି କାର୍ଡ ବ୍ୟାଙ୍କ ପରିଷଦ ଗଠନ ହୋଇଥିଲା। ହେଲେ ପରିଷଦ ଗଠନ ହେବାର ୪ ବର୍ଷ ବିତିଗଲାଣି କିନ୍ତୁ ଗୋଟିଏ ବି ବ୍ୟାଙ୍କ ସଚଳକ୍ଷମ ହୋଇନି ବୋଲି ସଂଘ ଅଭିଯୋଗ କରିଛି। ଏଭଳି ଅବସ୍ଥାରେ ବ୍ୟାଙ୍କ ଦେବାଳିଆ ହୋଇଥିବାବେଳେ ସରକାର ଆଠ ବର୍ଷ ହେବ କର୍ମଚାରୀମାନଙ୍କୁ ବି ଦରମା ଦେଉ ନାହାନ୍ତି। କେତେକ କର୍ମଚାରୀଙ୍କୁ ପୂର୍ବରୁ ଦରମା ମିଳି ଆସୁଥିଲେ ବି ଗତ ଦୁଇ ବର୍ଷ ହେବ ଅବୈତନିକ ଭାବେ ଖଟୁଛନ୍ତି। ଏନେଇ ସଂଘ ବାରମ୍ବାର ବିଭାଗୀୟ ସଚିବଙ୍କୁ ଗୁହାରି କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳିନି। ଏବେ ସମୂହ ସ୍ବେଚ୍ଛାକୃତ ଅବସର ନେବା ଲାଗି ସଂଘ ନିଷ୍ପତ୍ତି ନେଇଛି। ମଙ୍ଗଳବାର ନିବନ୍ଧକଙ୍କ ସହ ସଂଘର ଆଲୋଚନା ବେଳେ ନିବନ୍ଧକ କହିଛନ୍ତି ଯେ, ଏହା ତାଙ୍କ ପରିସର ଭୁକ୍ତ ନୁହେଁ। ସମୂହ ଅବସର ଲାଗି ମନ୍ତ୍ରୀ ଓ ସଚିବ ସ୍ତରୀୟ ବୈଠକର ଆବଶ୍ୟକତା ଅଛି। ଏ ବିଷୟରେ ନିବନ୍ଧକ ବିଭାଗକୁ ଚିଠି ଲେଖି ଜଣାଇଛନ୍ତି। ବିଭାଗ ପକ୍ଷରୁ ବୈଠକ ପାଇଁ ସୂଚନା ଆସିଲେ ସଂଘକୁ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri