Posted inଖେଳ

ପ୍ରଦର୍ଶନୀ ମ୍ୟାଚ୍‌ରେ ଖେଳିବେ ଫେଡରର-ଡେଲ ପାଟ୍ରୋ

ପ୍ୟାରିସ୍‌,୧୮।୯(ଏଏଫ୍‌ପି): ଆର୍ଜେଣ୍ଟିନା ରାଜଧାନୀ ବୁଏନ୍ସ ଏରିଜ୍‌ଠାରେ ନଭେମ୍ବର ୨୦ ତାରିଖରେ ହେବାକୁ ଥିବା ଏକ ପ୍ରଦର୍ଶନୀ ମ୍ୟାଚ୍‌ରେ ରୋଜର ଫେଡରର ଓ ଜୁଆନ ମାର୍ଟିନ ଡେଲ ପାଟ୍ରୋ ପରସ୍ପରକୁ ଭେଟିବେ। ଆର୍ଜେଣ୍ଟିନା ଫେରି ବନ୍ଧୁ ଡେଲ ପାଟ୍ରୋଙ୍କ ସହ ଖେଳିବା ପାଇଁ ମୁଁ ବହୁତ ଉତ୍ସାହିତ ଅଛି ବୋଲି ଫେଡରର ଟୁଇଟରରେ ଅପଲୋଡ୍‌ ହୋଇଥିବା ଏକ ଭିଡିଓରେ କହିଛନ୍ତି। ପାର୍କ୍ୟୁ ରେକା ଷ୍ଟାଡିୟମର ଦକ୍ଷତା ପ୍ରାୟ ୧୫,୫୦୦। ଏହାକୁ ଡେଭିସ କପ୍‌ ବେଳେ ବ୍ୟବହାର କରାଯାଉଛି। ୨୦୦୯ ୟୁଏସ୍‌ ଓପନ ଚାମ୍ପିୟନ ଡେଲ ପାଟ୍ରୋ ଆଣ୍ଠୁରେ ଅସ୍ତ୍ରୋପଚାର କରାଇବା ପରେ କୋର୍ଟକୁ ଓହ୍ଲାଇ ନାହାନ୍ତି। ଆର୍ଜେଣ୍ଟିନାର ଏହି ୩୦ ବର୍ଷୀୟ ଖେଳାଳି ୨୦୧୮ ୟୁଏସ୍‌ ଓପନ୍‌ରେ ଉପବିଜେତା ହୋଇ ରହିଥିଲେ। ହେଲେ ଚଳିତ ବର୍ଷର ୟୁଏସ୍‌ ଓପନରେ ଖେଳି ନ ଥିଲେ। ଷ୍ଟକ୍‌ହାମଠାରେ ହେବାକୁ ଥିବା ଏଟିପି ଟୁର୍ନାମେଣ୍ଟରେ ସେ କୋର୍ଟକୁ ଫେରିବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?