ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର, ୭ା୯(ବ୍ୟୁରୋ): ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ ଡ. ଦାଶ ୪୦ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ ବୈଠକରେ ଏନେଇ ଘୋଷଣା କରାଯାଇଛି। ପୁରସ୍କାର ସ୍ବରୂପ ତାଙ୍କୁ ୫ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ପ୍ରଦାନ କରାଯିବ। ଏତଦ୍‌ବ୍ୟତୀତ ସଙ୍ଗୀତ ଏବଂ ଚିତ୍ରକଳା କ୍ଷେତ୍ରରେ ଉଲ୍କେଖନୀୟ ଅବଦାନ ଲାଗି ରାଜ୍ୟର ଅନ୍ୟ ଦୁଇଜଣ କୃତୀ ବ୍ୟକ୍ତିତ୍ୱଙ୍କୁ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ଏବଂ ଇଲା ପଣ୍ଡା ଚିତ୍ରକଳା ସମ୍ମାନରେ ସମ୍ମାନିତ କରାଯିବ। ଚଳିତ ବର୍ଷ ଲାଗି ସଙ୍ଗୀତ କ୍ଷେତ୍ରରେ ପଣ୍ଡିତ ହରମୋହନ ଖୁଣ୍ଟିଆ ଇଲା ପଣ୍ଡା ସଙ୍ଗୀତ ସମ୍ମାନ ପାଇବାକୁ ମନୋନୀତ ହୋଇଛନ୍ତି। ସେହିଭଳି ଚିତ୍ରକଳା କ୍ଷେତ୍ରରେ ଲଲାଟ ମୋହନ ପଟ୍ଟନାୟକଙ୍କୁ ଇଲା ପଣ୍ଡା ଚିତ୍ରକଳା ସମ୍ମାନରେ ସମ୍ମାନିତ କରାଯିବ। ପୁରସ୍କାର ସ୍ବରୂପ ଉଭୟଙ୍କୁ ୧ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆସନ୍ତା ଅକ୍ଟୋବର ୨୬ ତାରିଖରେ ସ୍ଥାନୀୟ ଏକ ହୋଟେଲ୍‌ଠାରେ ସ୍ବତନ୍ତ୍ର ଉତ୍ସବର ଆୟୋଜନ କରାଯାଇ ‘ଶାରଳା ପୁରସ୍କାର’ ପ୍ରଦାନ କରାଯିବ। ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଭାମାନଙ୍କୁ ପୁରସ୍କୃତ କରିବେ। ଶିଳ୍ପପତି ସ୍ବର୍ଗତ ଡ. ବଂଶୀଧର ପଣ୍ଡା ଏବଂ ସ୍ବର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଶାରଳା ପୁରସ୍କାର’ ଇମ୍ଫା ଗ୍ରୁପ୍‌ ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍‌ସ୍‌ ଆଣ୍ଡ୍‌ ପବ୍ଳିକ୍‌ ଚାରିଟେବଲ୍‌ ଟ୍ରଷ୍ଟ୍‌(ଇମ୍ପାକ୍ଟ) ଆନୁକୂଲ୍ୟରେ ୧୯୭୯ ମସିହାଠାରୁ ପ୍ରତିବର୍ଷ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri