ପ୍ରଦୂଷଣ ଜ୍ୱାଳାରେ କାରୋ ନଦୀ

ବଡବିଲ, ୧୮।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ବୋହିଯାଇଥିବା ଜୀବନରେଖା ଭାବେ ପରିଚିତ କାରୋନଦୀ ଏବେ ସଙ୍କଟରେ। ବିଭିନ୍ନ କାରଖାନାର ବର୍ଜ୍ୟବସ୍ତୁ ଓ ବିଷାକ୍ତ ରାସାୟନିକ ତୈଳ ଦ୍ୱାରା ନଦୀଜଳ ପ୍ରଦୂଷଣକୁ ପ୍ରଶାସନ ରୋକିବାରେ ବିଫଳ ହୋଇପଡ଼ିଛି। ବିଶ୍ୱକର୍ମା ପୂଜା ପାଇଁ ଚଟେଇ ହଟିଂସ୍ଥିତ କାରୋନଦୀରେ ଶହଶହ ସଂଖ୍ୟାରେ ଭାରିଯାନ, ଚାରିଚକିଆ ଯାନ, ଦୁଇଚକିଆ ଯାନ, ଟ୍ରାକ୍ଟର ଆଦି ଗାଡ଼ି ଧୁଆ ହେଉଥିବା ଦେଖିବାକୁ ମିଳିଛି। ଏହି ଗାଡି ଗୁଡିକରୁ ମାଟି ସହ ଗ୍ରିଜ, ମୋବିଲ, ଡିଜେଲ ଆଦି ନଦୀଜଳରେ ମିଶି ନଦୀଜଳକୁ ବିଷାକ୍ତ କରିଛି। ଏହାକୁ ରୋକିବା ନିମନ୍ତେ ପ୍ରଶାସନ କୌଣସି ପଦକ୍ଷେପ ନ ନେଇ ନୀରବଦ୍ରଷ୍ଟା ସାଜିବା ପରୋକ୍ଷରେ ନଦୀଜଳ ପ୍ରଦୂଷଣ ବୃଦ୍ଧିକୁ ପ୍ରୋତ୍ସାହନ ଯୋଗାଉଥିବା ଅଭିଯୋଗ ହୋଇଛି।
ସୂଚନା ଥାଉକି, ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ଏହି କାରୋନଦୀରୁ ଜଳ ଉଠାଣ କରାଯାଇ ବିଶୋଧନ ପରେ ପୌରାଞ୍ଚଳବାସୀଙ୍କୁ ପାନୀୟ ଜଳ ଯୋଗାଣ କରାଯାଇଥାଏ। ଏହି ନଦୀଜଳରୁ ଅଧିକ ପରିମାଣର ଜଳ ଉଠାଣ ନିମନ୍ତେ ଜନସ୍ବାସ୍ଥ୍ୟ ବିଭାଗ ଦେଖରେଖରେ ଏକ ନୂତନ ପ୍ରକଳ୍ପ ନିର୍ମାଣାଧୀନ ରହିଛି। ସାମାନ୍ୟ ବର୍ଷା ହେଲେ ପୌରାଞ୍ଚଳବାସୀଙ୍କୁ ଗୋଳିଆ ପାଣି ଯୋଗାଉଥିବା ଜନସ୍ବାସ୍ଥ୍ୟ ବିଭାଗ ଏହି କେମିକାଲଯୁକ୍ତ ବିଷାକ୍ତ ଜଳକୁ କିଭଳି ବିଶୋଧନ କରିବ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ନଦୀଜଳ ପ୍ରଦୂଷଣ ହେଉଥିବାନେଇ ବଡବିଲ ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡାଙ୍କୁ ପଚାରିବାରୁ ତହସିଲଦାର ଓ ପୋଲିସ ପ୍ରଶାସନର ସହାୟତା ନେଇ ନଦୀଭିତରକୁ ଯାନବାହନ ନ ଯିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। କାରୋନଦୀ ବଞ୍ଚାଇବାକୁ ବିଭିନ୍ନ ସଂଗଠନ ଗୁଡିକ ଅନେକ ସମୟରେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ଓ ପ୍ରଶାସନିକ ଅଧିକାରୀଙ୍କୁ ନେଇ ସଭା ସମିତିମାନ କରି କେବଳ ବାଃ ବାଃ ନେଉଛନ୍ତି। ତେବେ ଏ ନେଇ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେବା ଜରୁରୀ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri