ପ୍ରଦୂଷଣ ପ୍ରମାଣପତ୍ର ପାଇଁ ଅଧିକ ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୧ା୯(ଡି.ଏନ.ଏ.)-ସେପ୍ଟେମ୍ବର ୧ରୁ ଦେଶରେ ସଂଶୋଧିତ ମୋଟରଯାନ ଆଇନ ଲାଗୁ ହୋଇଛି। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଥିବାରୁ ଗାଡ଼ି ଚାଳକ ଓ ମାଲିକମାନେ ଡ୍ରାଇଭିଂ ଲାଇସେନ୍ସ, ଗାଡି କାଗଜପତ୍ର ଓ ପ୍ରଦୂଷଣ ପ୍ରମାଣପତ୍ର ଠିକ ରଖିବାକୁ ତତ୍ପର ହୋଇଛନ୍ତି। ତେବେ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଅଧିକ ଜରିମାନା ଆଦାୟ ୩ ମାସ କୋହଳ କରିଛନ୍ତି। ଏବେ ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ପ୍ରଦୂଷଣ ପ୍ରମାଣପତ୍ର ଦେବା ପାଇଁ ଏକ ଗାଡି ଗାଁକୁ ଗାଁ ବୁଲୁଛି। ପ୍ରଦୂଷଣ ପ୍ରମାଣପତ୍ର ପାଇଁ ବିଭିନ୍ନ ଗାଡି ମାଲିଙ୍କଠାରୁ ଅଧିକ ଟଙ୍କା ଆଦାୟ କରାଯାଉଛି। ତେବେ ଶୀଘ୍ର ଓ ସୁବିଧାରେ ପ୍ରମାଣପତ୍ର ମିଳିଯାଉଥିବାରୁ ଏହାକୁ କେହି ବିରୋଧ କରୁ ନଥିବା ଦେଖାଯାଇଥିଲା।
ଶୁକ୍ରବାର ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ବାରିଆବନ୍ଧ ଖଳାରେ ପ୍ରଦୂଷଣ ପ୍ରମାଣପତ୍ର ଦେବା ପାଇଁ ଏକ କାର୍‌ (ନଂ.ଓଆର୦୭ଏକ୍ସ୦୦୨୭) ଆସି ରହିଥିଲା। ବିଭିନ୍ନ ଗାଡି ମାଲିକମାନେ ଉକ୍ତ କାର୍‌ ଆଗରେ ଭିଡ ଜମାଇଥିଲେ। ଗାଡ଼ିର ନମ୍ବର ପ୍ଲେଟକୁ ସ୍କାନିଂ କରି ପ୍ରମାଣପତ୍ର ପାଇଁ ରସିଦରେ ଉଲ୍ଲେଖ ଥିବା ମୂଲ୍ୟଠାରୁ ୪୦ରୁ ୫୦ ଟଙ୍କା ଲେଖାଏ ଅଧିକ ଆଦାୟ କରାଯାଉଥିଲା। ଏ ସମ୍ପର୍କରେ ପଚାରିଲେ, ଆମେ ବ୍ରହ୍ମପୁରୁ ଆସିଛୁ, ତେଣୁ ଗାଡ଼ି ଭଡା ବାବଦକୁ ଅଧିକ ଟଙ୍କା ନେଉଛୁ ବୋଲି ଉକ୍ତ କାର୍‌ରେ ଥିବା କର୍ମଚାରୀମାନେ କହିଥିଲେ। ପ୍ରଦୂଷଣ ପ୍ରମାଣପତ୍ର ପାଇଁ ବ୍ରହ୍ମପୁରକୁ ଗାଡି ନେଇ ଗଲେ ରସିଦ୍‌ ମୁତାବକ ଟଙ୍କା ନିଆଯିବ ବୋଲି କହିଥିଲେ। ଶୁକ୍ରବାର ସନ୍ଧ୍ୟା ପର୍ଯ୍ୟନ୍ତ କାର୍‌ଟି ସେଠାରେ ରହିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri