ପ୍ରଦୂଷଣ ରୋକିବ ଆଉଟ୍‌ଡୋର୍‌ ଏୟାର୍‌ ପ୍ୟୁରିଫାୟର୍‌

ହାଇଦ୍ରାବାଦ: ବାୟୁ ପ୍ରଦୂଷଣ ଏବେ ଦେଶରେ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଛି। ଲୋକେ ଶୁଦ୍ଧ ବାୟୁ ଗ୍ରହଣ କରିବା କଷ୍ଟକର ହୋଇପଡ଼ିଛି। ତେଣୁ ଏହାର ମୁକାବିଲା କରିବା ପାଇଁ ବ୍ୟାପକ ବୃକ୍ଷରୋପଣ ସହ ଅନ୍ୟ ଉପାୟ ମଧ୍ୟ ଚିନ୍ତା କରାଯାଉଛି। ପ୍ରଦୂଷଣକୁ କମ୍‌ କରିବା ପାଇଁ ହାଇଦ୍ରାବାଦ ସହରରେ ଆଉଟ୍‌ଡୋର୍‌ ଏୟାର୍‌ ପ୍ୟୁରିଫାୟର୍‌ ସ୍ଥାପନ ପାଇଁ ଗ୍ରେଟର୍‌ ହାଇଦ୍ରାବାଦ ମ୍ୟୁନିସିପାଲ୍‌ କର୍ପୋରେଶନ୍‌ ନିଷ୍ପତ୍ତି ନେଇଛି। ଏହାଦ୍ୱାରା
ପ୍ରଦୂଷଣର ମାତ୍ରାକୁ ନିୟନ୍ତ୍ରଣ କରାଯାଇପାରିବ। ପ୍ରଥମ ପର୍ଯ୍ୟାୟରେ ସହରରେ ୧୦୦ଟି ୟୁନିଟ୍‌ ସ୍ଥାପନ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରଥମେ ସହରର କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଏହି ୟୁନିଟ୍‌ ସ୍ଥାପନ କରାଯିବ। ଏହା ସଫଳ ହେଲେ ପରବର୍ତ୍ତୀ ସମୟରେ ମେଟ୍ରୋ ଷ୍ଟେଶନ୍‌, ଟୋଲ୍‌ ବୁଥ୍‌, ରେଳ ଷ୍ଟେଶନ, ଏୟାର୍‌ପୋର୍ଟ, ପେଟ୍ରୋଲ୍‌ ପମ୍ପ ଆଦିରେ ସ୍ଥାପନ କରାଯିବ ବୋଲି ନିଗମ ପକ୍ଷରୁ ସୂଚନା ମିଳିଛି। ଏହି ଆଉଟ୍‌ଡୋର୍‌ ପ୍ୟୁରିଫାୟର୍‌ ମହାରାଷ୍ଟ୍ର ଏବଂ ଦିଲ୍ଲୀରେ ସ୍ଥାପନ କରାଯାଇଥିବାବେଳେ ଏବେ ହାଇଦ୍ରାବାଦରେ ସ୍ଥାପନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି।…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

ଆଜି ଏହି ଜିଲାକୁ କାଳବୈଶାଖୀ: ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୬: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଦିନ ତାପମାତ୍ରା ହ୍ରାସ ପାଉଛି। ଆହୁରି ୪ଦିନ ଏଭଳି ସ୍ଥିତି ଲାଗି ରହିବ ବୋଲି…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri