ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ ତେହେରାନ ପକ୍ଷରୁ ପ୍ରଥମଥର ପାଇଁ ନୂଆଦିଲ୍ଲୀର ଭୂମିକା ଉପରେ ଏପରି ଗୁରୁତ୍ୱ ଦିଆଯାଇଛି। ସେହିପରି ସମ୍ପୃକ୍ତ ଅଞ୍ଚଳରେ ଶାନ୍ତି ବଜାୟ ରଖି ସ୍ଥିରତା ଆଣିବା ପାଇଁ ଭାରତ ଆଗ୍ରହୀ ବୋଲି ଭାରତ କହିଛି। ଇରାନ ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ତିନିଦିନିଆ ଭାରତ ଗସ୍ତରେ ଆସି ବୁଧବାର ରାଇସିନା ଡାଇଲଗ୍‌ ୨୦୨୦ରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ଡାଇଲଗ୍‌ ୨୦୨୦ରେ ଉଦ୍‌ବୋଧନ ଦେଇ ଜରିଫ୍‌ ଆମେରିକା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ଏବଂ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଇରାନ ସେନାର ଜେନେରାଲ କାସିମ୍‌ ସୋଲେମାନୀଙ୍କ ମୃତ୍ୟୁକୁ ନେଇ ଉତ୍ସବ ମନାଉଛନ୍ତି। ଆମେରିକା ସବୁକିଛିକୁ ନିଜ ଲାଭ ଦୃଷ୍ଟିରୁ ଦେଖୁଛି, ସମ୍ପୃକ୍ତ ଅଞ୍ଚଳର ହିତ ଦୃଷ୍ଟିରୁ ନୁହେଁ। ସୋଲେମାନୀଙ୍କ ହତ୍ୟା ଆମେରିକାର ଅହଂକାର ଓ ଅଜ୍ଞତାର ପରିଚୟ। ଏହି ବର୍ବରକାର୍ଯ୍ୟକୁ ଭାରତର ୪୩୦ ସହରରେ ବିରୋଧ କରାଯାଇଛି। ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ ପାଇଁ ଭାରତ ବଡ଼ ଭୂମିକା ନେଉ ବୋଲି ସେ କହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସମ୍ପୃକ୍ତ କ୍ଷେତ୍ରରେ ଶାନ୍ତି, ସୁରକ୍ଷା ଓ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଚାହୁଁଛି। ଚବାହାର ପ୍ରକଳ୍ପରେ ଉନ୍ନତି ଓ ଏହାକୁ ଏକ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ରେ ପରିଣତ କରିଥିବାରୁ ଇରାନ ନେତୃବୃନ୍ଦଙ୍କୁ ଧନ୍ୟବାଦ। ଇରାନ ସହିତ ଭାରତର ସମ୍ପର୍କ ଆଗକୁ ଆହୁରି ସୁଦୃଢ଼ ହେବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ତାଙ୍କ କାର୍ଯ୍ୟାଳୟ ପିଏମ୍‌ଓ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri