ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ

କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି ସାମାଜିକ ଗଣମାଧ୍ୟମ ହ୍ବାଟସ୍‌ଆପ୍‌ରେ ପୋଷ୍ଟ କରିବା ପରେ କେନ୍ଦ୍ରାପଡ଼ା ଜିଲାର ୪ ଜଣ ମଙ୍ଗଳବାର ଗିରଫ ହୋଇଛନ୍ତି। କେନ୍ଦ୍ରାପଡ଼ା ଟାଉନ ଥାନାର ଏସ୍‌ଆଇ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଅଭିଯୁକ୍ତମାନଙ୍କ ବିରୋଧରେ ୪୩/୨୦ ନମ୍ବରରେ ମାମଲା ରୁଜୁ କରିଛନ୍ତି। ଏଥିସହିତ ଏହି ପୋଷ୍ଟକୁ ହ୍ବାଟସ୍‌ଆପ୍‌ରେ ଶେୟାର କରିଥିବା ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସମ୍ପର୍କରେ ତନାଘନା ଚାଲିଛି। ଗିରଫ ବ୍ୟକ୍ତିମାନେ ହେଲେ ଏକ ୱେବ ମିଡିଆର ଖବରଦାତା ପ୍ରଫୁଲ୍ଲ ଦାସ, ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ରେ ଆଡମିନ୍‌ ଶିବାଶିଷ ମହାନ୍ତି, ଧୃତିରଞ୍ଜନ ବାରିକ ଓ ଗୁଜବକୁ ଅନ୍ୟ ଗ୍ରୁପ୍‌କୁ ଶେୟାର କରିଥିବା କଂସାର ଗ୍ରାମର ନିରଞ୍ଜନ ପରିଡା। ଏମାନଙ୍କ ବିରୋଧରେ ଆଇପିସି ଦଫା ୧୮୮, ୫୦୦, ୫୦୧, ୩୪ ଏବଂ ଆଇଟି ଆକ୍ଟ ୨୦୦୦ର ୬୬ ଏଫ୍‌(ଏ) ଲାଗୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଦୁଇଟି ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ପ୍ରଧାନମନ୍ତ୍ରୀଙ୍କ ସମ୍ପର୍କରେ ଉପରୋକ୍ତ ଗୁଜବ ପୋଷ୍ଟ ହୋଇଥିଲା। ଏହା ଲୋକଲୋଚନକୁ ଆସିବାର ପ୍ରାୟ ୮ ଘଣ୍ଟା ପରେ ତାହାକୁ ଡିଲିଟ କରାଯାଇଛି। ତେବେ ପୋଷ୍ଟଟି ଲୋକଲୋଚନକୁ ଆସିବା ପରେ ଜିଲା ଭାଜପା ପକ୍ଷରୁ ସମ୍ପୃକ୍ତ ଗୁଜବ ସୃଷ୍ଟିକାରୀଙ୍କ ପ୍ରତି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲା ପୋଲିସକୁ ଫୋନଯୋଗେ ଅନୁରୋଧ ଆସିଥିଲା। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିଲା। ୪ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଏସ୍‌ଡିଜେଏମ୍‌ ନାକଚ କରିବା ପରେ ସେମାନଙ୍କୁ ବାରିମୂଳ ଉପକାରାଗାରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri