Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ କଂଗ୍ରେସ ଖପ୍ପା

ନୂଆଦିଲ୍ଲୀ,୨୨।୧୨: ନୂଆଦିଲ୍ଲୀର ରାମଲୀଳା ମଇଦାନରେ ଶନିବାର ଆୟୋଜିତ ହୋଇଥିବା ଭାଜପାର ଧନ୍ୟବାଦ ରାଲିକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ବିରୋଧ କରି ସମଗ୍ର ଦେଶରେ ହେଉଥିବା ହିଂସା ପାଇଁ ବିରୋଧୀ ଦଳ ଦାୟୀ ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି କଂଗ୍ରେସ। କଂଗ୍ରେସର ବରିଷ୍ଠ ନେତା ଆନନ୍ଦ ଶର୍ମା କହିଛନ୍ତି, ”ଦେଶରେ ଯେଉଁ ଅନିଶ୍ଚିତତା ଓ ଭୟର ପରିସ୍ଥିତି ଆମ ଦ୍ୱାରା ନୁହେଁ, ପାର୍ଲାମେଣ୍ଟରେ ତାହା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ମନ୍ତବ୍ୟରୁ ହିଁ ସୃଷ୍ଟି ହୋଇଛି। ତେଣୁ ସରକାର ଏଥିପାଇଁ ଦାୟୀ। ପ୍ରଧାନମନ୍ତ୍ରୀ ଯଦି ଏହି ଆନ୍ଦୋଳନକୁ ନେଇ ଚିନ୍ତିତ, ତେବେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଡାକି ବୈଠକ କରିବା ସହ ଏନେଇ ଆଲୋଚନା କରିବା ଆବଶ୍ୟକ“ ବୋଲି ଶର୍ମା କହିଛନ୍ତି। ସୂଚନାଯୋଗ୍ୟ, ରାମଲୀଳା ମଇଦାନରେ ସିଏଏ ହିଂସା ପାଇଁ ବିରୋଧୀ ଦଳ ଦାୟୀ। ବିରୋଧୀ ଦଳଗୁଡ଼ିକ ଭୁଲ ଭିଡିଓ ଜାରି କରି ହିଂସାକୁ ପ୍ରୋତ୍ସାହନ ଦେଉଥିବା ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri