ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ

ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ ଯୋଜନାରେ ସାମିଲ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା। ଏହି ଅଭିଯୋଗ କ୍ରମେ ଜିଲା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଶନିବାର ତଦନ୍ତ କରିଛନ୍ତି। ଏପିଡି ରାଜେନ୍ଦ୍ର ପଣ୍ଡା, ପ୍ରହ୍ଲାଦ ରଣା ଓ ଦେବେନ୍ଦ୍ର ପାଣ୍ଡବ ନରେନ୍ଦ୍ରପୁର ଗାଁକୁ ଆସି ତଦନ୍ତ କରି ଫେରିଛନ୍ତି।
ଗ୍ରାମର ଜଣେ ବ୍ୟକ୍ତିଙ୍କ ଝିଅଙ୍କୁ ବିଧବା ଦର୍ଶାଇ ପ୍ରଧାନମନ୍ତ୍ରୀ ଆବାସ ଦିଆଯାଇଥିଲା। ତେବେ ଉକ୍ତ ଯୁବତୀଙ୍କ ନଁା ପ୍ରଧାନମନ୍ତ୍ରୀ ଆବାସ ଅଗ୍ରାଧିକାର ତାଲିକାରେ ରହିଛି। ତାଙ୍କ ପରିବାର ମଧ୍ୟ ଏହି ଆବାସ ପାଇବା ପାଇଁ ଯୋଗ୍ୟ। ସେ ସାବାଳିକା ହୋଇଥିବାରୁ ପ୍ରଧାନମନ୍ତ୍ରୀ ଆବାସ ପାଇବାରେ କୌଣସି ଅସୁବିଧା ନାହିଁ ବୋଲି ଏପିଡି ପାଣ୍ଡବ କହିଥିଲେ। କମ୍ପ୍ୟୁଟର ତ୍ରୁଟି ଯୋଗୁ ଯୁବତୀଙ୍କ ନଁା ପାର୍ଶ୍ୱରେ ବିଧବା ବୋଲି ଉଲ୍ଲେଖ ହୋଇଥିବା ତଦନ୍ତରୁ ଜଣାପଡ଼ିଥିଲା। ଏପିଡିଙ୍କ ତଦନ୍ତ ସମୟରେ ସରପଞ୍ଚ ସୁବାସ ସେଠୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନଳିନୀକାନ୍ତ ଦାସ ଓ ଜିଆରଏସ୍‌ ଉଜ୍ଜ୍ୱଳ ନାୟକ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ୧୫ ଦିନ ପୂର୍ବେ ଗ୍ରାମର କେତେକ ଲୋକ ଏହି ଅନିୟମିତତା ସମ୍ପର୍କରେ ଜିଲାପାଳ ଏବଂ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ପରେ ବିଡିଓଙ୍କ ନିର୍ଦ୍ଦେଶକ୍ରମେ ସହକାରୀ ଯନ୍ତ୍ରୀ ରଶ୍ମିରଞ୍ଜନ ମହାପାତ୍ର ଏହାର ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri