ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

କର୍ଲାମୁଣ୍ଡା,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା କର୍ଲାମୁଣ୍ଡ ବ୍ଲକ ରାଜୀବ ଗାନ୍ଧୀ ସେବା ଭବନଠାରେ ବ୍ଲକ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁ, ବିଡିଓ ପ୍ରିୟଦର୍ଶନ ମିର୍ଦ୍ଧା, ସାପଲହରା ସରପଞ୍ଚ ପୃଥିରାଜ ମାଝି, ଏପିଓ ସୂର୍ଯ୍ୟମଣି ସେଃ୍‌, ଗ୍ରାମଣୀ ଆବାସ ଯୋଜନା ବ୍ଲକ ସଂଯୋଜକ ରୁଦ୍ରମଣି ସାହୁ, ସାପଲହରା ଗ୍ରାମ ରୋଜଗାର ସେବକ କ୍ଷମାନିଧି ସାହୁ ପ୍ରମୁଖ ଯୋଗଦେଇ ସାପଲହରା ପଞ୍ଚାୟତ ୧୯ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। କାର୍ଯ୍ୟାଦେଶ ପାଇବାର ୪ ମାସ ଭିତରେ ଗୃହ ନିର୍ମାଣ ସମାପ୍ତ ପାଇଁ ୨୦ ହଜାର ଓ ୬ ମାସରେ ସାରିଲେ ୧୦ ହଜାର ଟଙ୍କା ସହିତ ମହାମତ୍ା ଗାନ୍ଧୀ ଜାତୀୟ କର୍ମ ନିଯୁକ୍ତି ଯୋଜନାରେ ୧୭ ହଜାର ୮ ଶହ ୬୦ ଟଙ୍କା ପ୍ରୋତ୍ସାହନ ଯୋଗାଇ ଦିଆଯିବ ବୋଲି ବ୍ଲକ ସଂଯୋଜକ ରୁଦ୍ରମଣି ସାହୁ ସୂଚନା ଦେଇଥିଲେ। ସୂଚନାଯୋଗ୍ୟ ଯେ, ପ୍ରଥମ ପର୍ଯ୍ୟାୟରେ ସାପଲହରା ପଞ୍ଚାୟତ ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିବା ବେଳେ ଅନ୍ୟ ପଞ୍ଚାୟତ ହିତାଧିକାରୀମାନଙ୍କୁ ମଧ୍ୟ ପର୍ଯ୍ୟାୟକ୍ରମେ କାର୍ଯ୍ୟଦେଶ ବଣ୍ଟନ କରାଯିବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri