ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା

କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଭବାନୀପାଟଣା ବିଧାୟକ ତଥା ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର ନାଏକ ଯୋଗଦେଇ ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଆସନ୍ତା ୨୦୨୨ ସୁଦ୍ଧା ଓଡିଶାର ପ୍ରତ୍ୟେକ ଘରେ ପାନୀୟ ଜଳ, ବିଦ୍ୟୁତ, ପକ୍କା ଘର, ରାସ୍ତା, ଗ୍ୟାସ ସଂଯୋଗ ଦିଆଯିବ ବୋଲି ମୁଖ୍ୟଅତିଥି ନାଏକ ପ୍ରକାଶ କରିଥିଲେ। ପ୍ରଥମ କରି ଅଧମୁଣ୍ଡା, ପାଷ୍ଟିକୁଡି, ଫଟକାମାଲ ଓ ନାସିଗାଁ ୪ଟି ଗ୍ରାମପଞ୍ଚାୟତର ୧୦୦ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା । ସମଗ୍ର କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତ ପାଇଁ ୨୦୧୯-୨୦ ଆର୍ଥତ୍କ ବର୍ଷରେ ୨ ହଜାର ୧୧୦ ଜଣ ହିତାଧିକାରୀଙ୍କୁ ବିଭିନ୍ନ ପର୍ଯ୍ୟାୟରେ ଆଦେଶନାମା ଦିଆଯିବ। ସମସ୍ତ ହିତାଧିକାରୀମାନେ ୩ ରୁ ୪ ମାସ ଭିତରେ ଏହି ଘର ନିର୍ମାଣ କରିବା ପାଇଁ ବିରୋଧୀ ଦଳ ନେତାଙ୍କ ସମ୍ମୁଖରେ ଶପଥ ପାଠ କରିଥିଲେ। ଏହି ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ନମିତାରାଣୀ ସାହୁ, ବ୍ଲକ ଅଧ୍ୟକ୍ଷା ସୁକାନ୍ତି ବେହେରା, ଜିଲା ପରିଷଦ ସଭ୍ୟା ନିରୁପମା ସାମଲ, କେସିଙ୍ଗା ବିଡିଓ ଭୀମସେନ ଶବର, ଜିଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଧୁ ମଙ୍ଗରାଜ ଯୋଗଦେଇଥିଲେ । ଏହି ମେଳାରେ ଅଧମୁଣ୍ଡା ସରପଞ୍ଚ ଅନୁପମା ପ୍ରଧାନ, ପିଇଓ ଆକାଶ ସାହୁ, ଆଦିତ୍ୟ ସାହୁ, ସୁଭଶ୍ରୀ ପାଣିଗ୍ରାହୀ, ବ୍ଲକ ପ୍ରକଳ୍ପ ସଂଯୋଜକ ପ୍ରତିମା ସାହୁ ପ୍ରମୁଖ ସହଯୋଗ କରିଥିଲେ। ପାଷ୍ଟକୁଡି ଗ୍ରାମପଞ୍ଚାୟତ ସରପଞ୍ଚ ଲୋକନାଥ ନାଏକ ଧନ୍ୟବାଦ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?