ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠି ପାଇଁ ଘର ଘର ବୁଲି ଟଙ୍କା ସଂଗ୍ରହ କରୁଛନ୍ତି ସୁନ୍ଦରଗଡ଼ ବିଧାୟିକା

ସୁନ୍ଦରଗଡ ,୧।୫ (ଡି.ଏନ୍‌.ଏ.): ବିଶ୍ୱ ମହାମାରୀ କରୋନାକୁ ପରାସ୍ତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଯୋଡି ହୋଇଛନ୍ତି ସବୁ ବର୍ଗର ଲୋକ। ଏହି କ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗାଁ ଗାଁ ବୁଲି କୋଭିଡ-୧୯ ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ସହ ମାକ୍ସ ବଣ୍ଟନ କରୁଛନ୍ତି। ଅସହାୟ ଗରିବ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବା ପାଇଁ ନିବେଦନ କରୁଛନ୍ତି। ଏଥିସହ କୋଭିଡ-୧୯ ପ୍ରଧାନମନ୍ତ୍ରୀ କେୟାର ପାଣ୍ଠି ପାଇଁ ବିଧାୟିକା ଘର ଘର ବୁଲି ପାଣ୍ଠି ସଂଗ୍ରହ କରୁଛନ୍ତି। ଗତ ୨ଦିନ ଧରି ବିଧାୟିକା ସୁନ୍ଦରଗଡ଼ ପୌରାଞ୍ଚଳ ସମେତ ସଦର ବ୍ଲକର କୁଲଟା ପଞ୍ଚାୟତର ଘୁମଡ଼ା ଓ ରୂପିଡିହି ଗ୍ରାମରେ ଘର ଘର ବୁଲି ଏହି ପାଣ୍ଠି ସଂଗ୍ରହ କରୁଛନ୍ତି। ଜିଲା ଭାଜପାର ବରିଷ୍ଠ କାର୍ଯ୍ୟକର୍ତ୍ତା ସୁଦାମ ହୋତା, ବିଧାୟିକା ପ୍ରତିନିଧି ଭୀମସେନ ନାଏକ, ମାଧବ ସା, ନିମାଇଁ ନାଏକ, ଆଇନଜୀବୀ ଉମାଶଙ୍କର ପଟେଲ, ସୁପ୍ରଭା ପଟେଲ, ପୂର୍ବତନ ସରପଞ୍ଚ ସୁଷମା ନାଏକ ପ୍ରମୁଖ ଏଥିରେ ସାମିଲ ଥିଲେ।
ସେହିପରି ସୁନ୍ଦରଗଡ ପୌରାଞ୍ଚଳର ଓାର୍ଡ ନଂ. ୧୪.୧୬,୧୮ରେ ମଧ୍ୟ ବିଧାୟିକା ଘର ଘର ବୁଲି ପାଣ୍ଠି ସଂଗ୍ରହ ସହ ଲୋକଙ୍କୁ ସଚେତନ କରିଥିଲେ। ଗରବ, ଅସହାୟ ଓ ପଶୁପକ୍ଷୀଙ୍କୁ ଖାଦ୍ୟ ଯୋଗାଇବା ପାଇଁ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି। ବରିଷ୍ଠ ଭାଜପା ନେତା ସୁରେନ୍ଦ୍ର ସ୍ବର୍ଣ୍ଣକାର, ଯୁବନେତା ମନୀଷ ପଟେଲ, ସାଗର ସାହୁ, ଆଶୀଷ ପଟେଲ, ରୂପେଶ ପଟେଲ, ରାଜୁ ନାଏକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri