ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର

ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍‌ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ ଗଣଧାରଣାରେ ବସିଥିଲେ। ସମାଧାନର ସୂତ୍ର ନ ବାହାରିବାରୁ ବୁଧବାର ଆନ୍ଦୋଳନ ଚାଲୁରହିବ ବୋଲି ଆନ୍ଦୋଳନକାରୀମାନେ ଜଣାଇଛନ୍ତି।

ଜଳେଶ୍ୱର ଟାଉନ ହାଇସ୍କୁଲର ଛାତ୍ର ସବ୍ୟସାଚୀ ବେହେରା ନାମକ ଛାତ୍ରଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୧ମାସ ପରେ ବାଲେଶ୍ୱର ଡିଇଓ ପ୍ରମୋଦ କୁମାର ଷଡଙ୍ଗୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭବାନୀ ଶଙ୍କର ପାଳଙ୍କୁ ଗତ ୨୦ତାରିଖରେ ନିଲମ୍ବନ କରିଥିଲେ। ଏହି ନିର୍ଦ୍ଦେଶନାମାରେ ମେମୋ ଚିଠି ନଂ.ରେ ୧୦ା୧ା୨୦୨୦ ଲେଖା ଥିବା ବେଳେ ନିର୍ଦ୍ଦେଶ ତାରିଖ ୧୭ତାରିଖ ବୋଲି ଲେଖାଅଛି ା ଏହି ଚିଠି ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ନିକଟରେ ୨୦ତାରିଖରେ ପହଞ୍ଚିଥିଲା। ଫଳରେ ଗତ ୨୫ ତାରିଖ ଅପରାହ୍ନରେ ଅଭିଭାବକମାନେ ଏକାଠି ହୋଇ ଏହାର ପ୍ରତିବାଦ କରିବା ସହ ଖବରଦାତା ସମ୍ମିଳନୀରେ ଚିଠିରେ ଥିବା ତ୍ରୁଟି ଓ ନିଲମ୍ବନ ଏକ ଷଡ଼ଯନ୍ତ୍ର ବୋଲି କହିଥିଲେ। ମଙ୍ଗଳବାର ବିଦ୍ୟାଳୟ ଖୋଲିବା ପରେ ଫାଟକ ବାହାରେ ପରିଚାଳନା କମିଟି ସଭାପତି ସୁଶାନ୍ତ କୁମାର ଦାସ, ବିନ୍ଦୁମତୀ ଗିରି, ସଞ୍ଜୁକ୍ତା ନନ୍ଦ, ଅନୁପ ସାହୁ, ଗୌରହରି ପାଳ, ଜୁମୁନି ବିବି, ରିଙ୍କି ଖଟିକ୍‌, ଜ୍ୟୋସ୍ନା ସିଂ, ନିତାଇ ଜେନା, ଗୀତାଞ୍ଜଳି ବାରିକ, ବନ୍ଦନା ପୃଷ୍ଟି, ଅମର ଗୁପ୍ତା, ସସ୍ମିତା ବିଦ୍‌, ସୁପ୍ରିୟା ଭୂୟାଁ, ମିତାରାଣୀ ଜେନା, ଗୁରୁବାରୀ ହେମ୍ବ୍ରମ ପ୍ରମୁଖଙ୍କ ନେତୃତ୍ୱରେ ଅଭିଭାବକ, ପରିଚାଳନା କମିଟି ସଦସ୍ୟ ଓ କେତେକ ପୁରାତନ ଛାତ୍ର ଆନ୍ଦୋଳନରେ ବସିଥିଲେ। ଫାଟକ ଭିତରେ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମଧ୍ୟ ଧାରଣାରେ ବସିଥିଲେ। ପ୍ରଧାନଶିକ୍ଷକଙ୍କ ନିଲମ୍ବନ ଓ ବଦଳି ବାତିଲ ନିମନ୍ତେ ସେମାନେ ସ୍ଲୋଗାନ ଦେଇଥିଲେ। ଜଳେଶ୍ୱର ବିଇଓ ବିଜୟ କୁମାର ନାଥ ଓ ଆଇଆଇସି ଧନେଶ୍ୱର ସାହୁ ସଦଳବଳେ ପହଞ୍ଚତ୍ ଘଟଣାର ସମାଧାନ କରିବାକୁ ଚାହିଁଥିଲେ। କିନ୍ତୁ ଆନ୍ଦୋଳନକାରୀ ଓ ଛାତ୍ରୀଛାତ୍ର ସେମାନେ ଜିଦ୍‌ରେ ଅଟଳ ରହିବାରୁ ବିଇଓ ବାଲେଶ୍ୱର ଡିଇଓ ଏବଂ ଆଇଆଇସି ଏସ୍‌ପିଙ୍କ ସହ ଫୋନ୍‌ ଯୋଗେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?