ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ପୁରୀ ମହନ୍ତ

ପୁରୀ ଅଫିସ,୪।୯: ଶ୍ରୀକ୍ଷେତ୍ର ପୁରୀରେ ଲାଗି ରହିଥିବା ଉଚ୍ଛେଦ ପ୍ରକ୍ରିୟାକୁ ନେଇ ବୁଧବାର ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ମହନ୍ତମାନେ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ପୁରୀରେ ଏବେକାର ସ୍ଥିତିକୁ ନେଇ ପ୍ରଧାନ ବିଚାରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ତେବେ ଶ୍ରୀମନ୍ଦିର ପରିସରରୁ ୭୫ ମିଟର ପର୍ଯ୍ୟନ୍ତ ଉଚ୍ଛେଦ ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି। ଆଉ ଏହି ୭୫ ମିଟର ପରିଧି ମଧ୍ୟରେ ପ୍ରାୟ ୧୮ଟି ପୁରାତନ ମଠ ରହୁଛି। କିନ୍ତୁ ରାଜ୍ୟ ସରକାର ଏହାର ସୁରକ୍ଷା ପରିବର୍ତ୍ତେ ଏହାକୁ ନଷ୍ଟ କରୁଛନ୍ତି ବୋଲି ଉକ୍ତ ଚିଠିରେ ମହନ୍ତମାନେ ଉଲ୍ଲେଖ କରିଛନ୍ତି। ସେମାନେ ଆହୁରି ମଧ୍ୟ କହିଛନ୍ତି ଗତ ସପ୍ତାହରେ ସୁପ୍ରିମକୋର୍ଟରେ ଏଜି ମିଛକଥା କହିଛନ୍ତି। ଉଚ୍ଛେଦ ନେଇ ମଠ ମହନ୍ତଙ୍କ ସହମତି ଥିବା କଥା ମିଛ ବୋଲି କୁହାଯାଇଛି। ବରଂ ମଠ ଉଚ୍ଛେଦ ପାଇଁ ମହନ୍ତମାନେ ଆଦୌ ସହମତି ଦେଇ ନାହାଁନ୍ତି ବୋଲି ଉଲ୍ଲେଖ କରାଯାଇଛି। ଏବେ ଜିଲା ପ୍ରଶାସନ ଉଚ୍ଛେଦ ପାଇଁ ଆମ ଉପରେ ଚାପ ପକାଉଥିବା ସେମାନେ ଦର୍ଶାଇଛନ୍ତି। ଏହି ଉଚ୍ଛେଦ ଘଟଣାକୁ ନେଇ ସୁପ୍ରିମକୋର୍ଟ ଆମିକସକ୍ୟୁରି ଓ ଏସ୍‌ଜିଙ୍କୁ ପୁରୀ ଆସିବାକୁ କହିଛନ୍ତି। ହେଲେ ସରକାର ତାଙ୍କୁ ଅପେକ୍ଷା ନ କରି ଉଚ୍ଛେଦ ପ୍ରକ୍ରିୟା ଜାରି ରଖିଥିବା ସେମାନେ କହିଛନ୍ତି। ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେବାକୁ ମହନ୍ତମାନେ ନିବେଦନ କରିଛନ୍ତି। ଐତିହ୍ୟର ସୁରକ୍ଷା ପାଇଁ ଉଚ୍ଛେଦ ଉପରେ ରହିତାଦେଶ ପାଇଁ ଆବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri