Posted inଜାତୀୟ

ପ୍ରଧାମମନ୍ତ୍ରୀ ମୋଦିଙ୍କୁ ଆଶ୍ୱାସନା ଦେଇ ଟ୍ରୋଲ ହେଲେ ହାର୍ଦ୍ଦିକ

ଅହମ୍ମଦାବାଦ୍‌, ୧୨।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ନିଖୋଜ ବିମାନ ଏନ-୩୨ ଆଠ ଦିନ ପରେ ଠାବ ହୋଇଛି। ମଙ୍ଗଳବାର ଭାରତୀୟ ବାୟୁସେନାର ଏମଆଇ-୧୭ ବିମାନ ଆକଶ ମାର୍ଗରେ ସର୍ଚ୍ଚ ଅପରେସନ କରୁଥିବାବେଳେ ଅରୁଣାଚଳ ପ୍ରଦେଶର ସିଅଙ୍ଗ ଜିଲାର ପେୟୁମ ସାର୍କିଲରେ ଏନ-୩୨ ବିମାନକୁ ଠାବ କରିଛି। ତେବେ ଏହି ନିଖୋଜ ବିମାନ ଉପରେ ମନ୍ତବ୍ୟ ଦେଇ ଟ୍ରୋଲ ହୋଇଛନ୍ତି ପଟିଦାର ନେତା ହାର୍ଦ୍ଦିକ ପଟେଲ। ସେ ଟୁଇଟ୍‌ କରି କହିଛନ୍ତି, ଚାଇନା ଆମର ବିମାନ ଏନ-୩୨ ସହ ଯବାନମାନଙ୍କୁ ଫେରାଇ ଦିଅ। ମୋଦି ସାହେବ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ, ଆମେ ସମସ୍ତେ ଆପଣଙ୍କ ସହ ଅଛୁ। ଚାଇନା ଉପରେ ସର୍ଜିକାଲ ଷ୍ଟାଇକ୍‌ କରି ଆମ ଯବାନଙ୍କୁ ଫେରାଇ ଅଣାଯାଉ ବୋଲି ସେ ଲେଖିଛନ୍ତି। ହାର୍ଦ୍ଦିକଙ୍କ ଏହି ଟୁଇଟ୍‌ ପରେ ସୋସିଆଲ ମିଡିଆ ୟୁଜର୍ସଙ୍କଠାରୁ ଆରମ୍ଭ କରି ମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଘେରି ଯାଇଛନ୍ତି। କେନ୍ଦ୍ରମନ୍ତ୍ରୀ କିରେନ୍‌ ରିଜିଜୁ ହାର୍ଦ୍ଦିକଙ୍କୁ ଲେଖିଛନ୍ତି, ଆପଣ କଂଗ୍ରେସର ଜଣେ ନେତା କିନ୍ତୁ ଆପଣଙ୍କୁ ଜଣାଅଛି କି ଅରୁଣାଚଳ ପ୍ରଦେଶ କେଉଁଠି। କେବେଠାରୁ ଅରୁଣାଚଳ ପ୍ରଦେଶ ଚାଇନାର ହୋଇଗଲା ବୋଲି ଜଣେ ୟୁଜର୍ସ ପ୍ରଶ୍ନ କରିଛନ୍ତି। ସେହିପରି ଆଉ କିଛି ୟୁଜର୍ସ ଖବର ପଢି ଟୁଇଟ୍‌ କରିବାକୁ ହାର୍ଦ୍ଦିକଙ୍କୁ ଉପଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri