ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ତରଫରୁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନେ ନିଜ ନିଜ କ୍ଷେତ୍ରରେ ଥିବା ସରକାରୀ, ସରକାରୀ ସହାୟକ ଓ ବେସରକାରୀ ବିଦ୍ୟାଳୟର(ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ) ପ୍ରଧାନ ଶିକ୍ଷକ/ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିର୍ଦ୍ଦେଶ ଦେବେ ଯେପରି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ବିଦ୍ୟାଳୟ ବନ୍ଦ ରଖାଯାଏ। ତଥାପି ସମସ୍ତ ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ, ଅଧ୍ୟକ୍ଷ ଓ ଶିକ୍ଷକମାନେ ନିଜ ନିଜ ବିଦ୍ୟାଳୟକୁ ଯଥାସମୟରେ ଉପସ୍ଥିତ ହେବେ ଏବଂ କ୍ଲାସ ୱାଟ୍ସଆପ ଗ୍ରୁପ, ଫୋନ କଲ, ଏସଏମଏସ ଆଦି ଉପଲବ୍ଧ ଯୋଗାଯୋଗ ମାଧ୍ୟମରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ବିଦ୍ୟାଳୟ ବନ୍ଦ ରହିବାର ସୂଚନା ପ୍ରସାର କରିବେ। ଯେପରି କୌଣସି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନ ଆସନ୍ତି। ଏହି ସୂଚନା ଜିଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜ ତରଫରୁ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri