ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ଅନ୍ୟପକ୍ଷରେ ସୋମବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଏହା ସହିତ ସୋନପୁର ପୁଣି ଥରେ ସବୁଠୁ ଥଣ୍ଡା ସହରରେ ପରିଣତ ହୋଇଛି। ସୋମବାର ସୋନପୁରର ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରୀ ସେଲସିୟସ୍‌ ରହିଥିବା ରେକର୍ଡ କରାଯାଇଛି।