ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ କରିଛନ୍ତି ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଆଜିର ଦିନକୁ ମଧ୍ୟ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାଯାଏ।